CM Grievance cell: ଅଧିକାରୀଙ୍କୁ ଚେତାବନୀ; ଲୋକଙ୍କ ସମସ୍ୟା ତୁରନ୍ତ ସମାଧାନ ନ ହେଲେ କାର୍ଯ୍ୟାନୁଷ୍ଠାନ

ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦେଇଛନ୍ତି କଡ଼ା ନିର୍ଦ୍ଦେଶ। ଜନଶୁଣାଣିରେ ଲୋକଙ୍କ ଅଭିଯୋଗ ଏବଂ ସମସ୍ୟାର ସମାଧାନ ନହେଲେ ଏଣିକି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ବା ସିଏମଓ ପକ୍ଷରୁ ଚିଠି ଜାରି ହୋଇଛି । ସବୁ ଜିଲାର ଜିଲାପାଳ, ଏସପି, ପୋଲିସ ଡିଜି, ପୋଲିସ କମିଶନର ସମସ୍ତଙ୍କୁ ସିଏମଓ ପକ୍ଷରୁ ଚିଠି ହୋଇଛି ।

କିଛି ଲୋକମାନେ ସେମାନଙ୍କ ସମସ୍ୟାର ସମାଧାନ ହେଉନଥିବାରୁ ବାରମ୍ବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସୁଛନ୍ତି । ସେମାନଙ୍କ ସମସ୍ୟାର ସମାଧାନ ଯେପରି ଥରକରେ ହୋଇପାରିବ, ତାହା ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

CM Grievance cell

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ଏବଂ ଅନ ସ୍ପଟ୍ ଆକ୍ସନ ନେଉଛନ୍ତି। କିଛି ଦିନ ତଳେ ବାଲାଙ୍ଗିର ସଇଁତଳାର ୧୨ ବର୍ଷର ଆଲୋକ ବଧିର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସିଥିଲେ। ସେ ଠିକ୍‌ରେ ଚାଲି ପାରୁନଥିଲେ।ଚିକିତ୍ସା ପାଇଁ ପୁଅକୁ ଧରି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସିଥିଲେ ବାପା। ହେଲେ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିବା କ୍ଷଣି ମୁଖ୍ୟମନ୍ତ୍ରୀ ଆଖି ପଡ଼ିଥିଲା ଆଲୋକଙ୍କ ଉପରେ। ସିଧାସଳଖ ଆଲୋକଙ୍କ ପାଖକୁ ଯାଇ ତାଙ୍କର ସ୍ୱାସ୍ଥ୍ୟ ସମସ୍ୟା କଥା ପଚାରି ବୁଝିଥିଲେ। ଆଉ ସଙ୍ଗେ ସଙ୍ଗେ ଆମ୍ବୁଲାନ୍ସ ଯୋଗେ କ୍ୟାପିଟାଲ ହସପିଟାଲ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଆଲୋକଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+