ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ ଟଙ୍କା
Odisha News: ଆଜି ପବିତ୍ର ଅକ୍ଷୟ ତୃତୀୟ ଏବଂ ରାଜ୍ୟ ସ୍ତରୀୟ କୃଷକ ଦିବସ ଉତ୍ସବ ମଧ୍ୟ ପାଳନ କରାଯାଉଛି । ଏହି ଅବସରରରେ ରାଜ୍ୟରେ ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ ଟଙ୍କା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ କିଷାନର ସହାୟତା ରାଶି ଚାଷୀଙ୍କୁ ପ୍ରଦାନ କରିଛନ୍ତି । ଏଥିରେ ୫୦ ଲକ୍ଷରୁ ଅଧିକ ଚାଷୀଙ୍କୁ ୧ ହଜାର କୋଟି ଟଙ୍କରା ସହାୟତା ରାଶି ପ୍ରଦାନ କରାଯାଇଛି ।

ସେହିପରି ଭୁବନେଶ୍ୱର ଓୟୁଏଟିର ଶୈକ୍ଷିକ କୃଷି ଫାର୍ମରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସରକାର ସବୁ ବେଳେ ଚାଷୀଙ୍କ ହିତସାଧନ ଲାଗି ପ୍ରୟାସରତ ।ଏହି ସମୟରେ ଅଖି ମୁଠି ଅନୁକୂଳ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନାମମାତ୍ର, କ୍ଷୁଦ୍ର ଏବଂ ଭୂମିହୀନ ଚାଷୀଙ୍କ ଖାତାକୁ ସିଏମ କିଷାନ ଟଙ୍କା ପଠାଇଛନ୍ତି । ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ଏକାମ୍ର ବିଧାୟକ ବାବୁ ସିଂହ ମଧ୍ୟ ଉପସ୍ଥିତ ଥିଲେ ।












Click it and Unblock the Notifications