ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଲା ବିଜେପି ବିଧାୟକ ଦଳ ବୈଠକ
ଭୁବନେଶ୍ୱର: ଆସନ୍ତାକାଲିଠୁ ଆରମ୍ଭ ହେଉଛି ସପ୍ତଦଶ ବିଧାନସଭାର ବଜେଟ୍ ଅଧିବେଶନ । ତା' ପୂର୍ବରୁ ଆଜି ସରିଛି ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ସର୍ବଦଳୀୟ ବୈଠକ । ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପ-ମୁଖ୍ୟମନ୍ତ୍ରୀଙ୍କ ସମେତ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଉପସ୍ଥିତ ଥିଲେ ।
ମୁଖ୍ୟମନ୍ତ୍ରୀ ଆଜି ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ସର୍ବଦଳୀୟ ବୈଠକରେ ଯୋଗ ଦେବାକୁ ନିମନ୍ତ୍ରଣ କରିଥିଲେ । ତେବେ ନବୀନ ସର୍ବଦଳୀୟ ବୈଠକରେ ଯୋଗ ଦେଇ ନଥିଲେ । ସେହିଭଳି ଆଜିର ସର୍ବଦଳୀୟ ବୈଠକରେ କଂଗ୍ରେସ ଦଳରୁ କେହି ଯୋଗ ଦେଇ ନଥିଲେ ।

ଅନ୍ୟପଟେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଛି । ବିଧାନସଭାର ୫୪ନଂ ପ୍ରକୋଷ୍ଠରେ ବସିଥିଲା ବୈଠକ । ଏହି ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲ, ସମସ୍ତ ବିଧାୟକ ଓ ମନ୍ତ୍ରୀ ସାମିଲ ହୋଇଥିଲେ ।












Click it and Unblock the Notifications