ରାଜ୍ୟରେ କେହି ବି ରହିବେ ନାହିଁ ଭୂମିହୀନ:ମୁଖ୍ୟମନ୍ତ୍ରୀ

ଶାସନ-ପ୍ରଶାସନ ବ୍ୟବସ୍ଥାରେ ତହସିଲଦାରମାନେ ହେଉଛନ୍ତି ଆମ ରାଜସ୍ୱ ପ୍ରଶାସନର ମେରୁଦଣ୍ଡ। ଏଣୁ ଆପଣ ସମସ୍ତେ ଲୋକଙ୍କ ଅଭିଯୋଗ ଶୁଣନ୍ତୁ ଓ ତାହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟା କରନ୍ତୁ। ଆପଣଙ୍କ ଅଫିସ୍ ଲୋକଙ୍କ ପାଇଁ ଭୟର ନୁହେଁ, ବିଶ୍ୱାସର ସ୍ଥାନ ହେଉ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀ ତଥା କର୍ମଶାଳାରେ କହିଥିଲେ।

mohan majhi

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ,ଆମ ସରକାର ଭୂମି ପ୍ରଶାସନକୁ ଆଧୁନିକ ଏବଂ ଲୋକଭିମୁଖୀ କରିବା ପାଇଁ ପ୍ରତିଶୃତିବଦ୍ଧ। ଓଡିଶାରେ କେହିବି ଭୂମିହିନ ରହିବେ ନାହିଁ। ଯେଉଁମାନଙ୍କର ୪ ଡେସିମିଲରୁ କମ ଜମି ଅଛି, ସେମାନଙ୍କୁ ବି ଭୂମିହୀନ ଭାବେ ଗଣାହେବେ ଏବଂ ସରକାର ସେମାନଙ୍କୁ ଜମି ଯୋଗାଇ ଦେବେ। ତେଣୁ ଏହି ଯୋଜନାକୁ ପ୍ରଭାବୀ ଭାବେ ଲାଗୁ କରିବା ପାଇଁ ଆପଣମାନଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଲୋକଙ୍କ ସରକାର ହିସାବରେ ଲୋକ ଏବଂ ସରକାରଙ୍କ ବ୍ୟବଧାନ କମାଇବା ଦରକାର। ନ୍ୟାୟ ପ୍ରଦାନ କରିବା ଆମର ପ୍ରଥମ କର୍ତ୍ତବ୍ୟ। ଆମ ସରକାର ଆସିବାର କିଛି ଦିନ ଭିତରେ ଏକ ବାତ୍ୟାର ସମ୍ମୁଖୀନ ହୋଇଥିଲୁ। ମୁଁ ସନ୍ତୋଷ ସହକାରେ କହିବାକୁ ଚାହେଁ ଯେ ମାନ୍ୟବର ବିଭାଗୀୟ ମନ୍ତ୍ରୀଙ୍କ ନେତୃତ୍ବରେ ବାତ୍ୟା "ଦାନା''ର ସଫଳ ମୁକାବିଲା କରାଯାଇଛିl 'ଜିରୋ କାଜୁଆଲ୍ଟି' ଅଭିଯାନକୁ ସାକାର କରିବା ପାଇଁ ପ୍ରାୟ ୮.୧ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇ ୬ ହଜାର ୨୧୦ଟି ସୁରକ୍ଷିତ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସମସ୍ତ ଅଧିକାରୀଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆପଣମାନେ ସରକାରର ପ୍ରତିନିଧି ଭାବରେ ଗାଁ ଓ ଗ୍ରାମବାସୀଙ୍କୁ ସମୟରେ ଓ ନ୍ୟାୟସଙ୍ଗତ ସେବା ଦେବା ପାଇଁ ତତ୍ପର ହେବା ଆବଶ୍ୟକ ଅଛି l ସମାଜର ଶେଷ ଧାଡିରେ ଥିବା ଲୋକ ପର୍ଯ୍ୟନ୍ତ ସେବା ପହଞ୍ଚାନ୍ତୁ। ଯେଉଁମାନେ ଦୀର୍ଘଦିନ ଧରି ବଞ୍ଚିତ ଓ ଅବହେଳିତ- ସେମାନେ ହେଉଛନ୍ତି ସରକାରଙ୍କ ପ୍ରଥମ ପ୍ରାଥମିକତା। ବହୁତ ମୂଲ୍ୟବାନ ସରକାରୀ ଜମି ଜବରଦଖଲରେ ଅଛି।

ସେହି ସରକାରୀ ଜମିକୁ ଆପଣ ଜବରଦଖଲମୁକ୍ତ କରି ତାହାର ସୁରକ୍ଷା କରନ୍ତୁ l ଆଗାମୀ ଦିନରେ ସରକାର ଅନେକ ରାଜସ୍ୱ କ୍ଷେତ୍ରରେ ଅନେକ ସଂସ୍କାର ଆଣିବାକୁ ଯାଉଛନ୍ତି। ସମୟ ସୀମା ମଧ୍ୟରେ ଦାଖଲ ଖାରଜ ମାମଲା ଓ ଅନ୍ୟାନ୍ୟ ଜମିଜମା ମାମଲାର ତ୍ୱରିତ ଫଇସଲା କରନ୍ତୁl ଜମିଜମା ସକ୍ରାନ୍ତୀୟ ମାମଲା ବିଚାର କଲାବେଳେ ସଂପୂର୍ଣ୍ଣ ସ୍ଵଚ୍ଛତା ସହିତ କରିବେ। କାରଣ, ଯେତେବେଳେ ଆପଣ ଏହି ଭୂମିକା ତୁଲାନ୍ତି, ସେତେବେଳେ ଆପଣ ନ୍ୟାୟ ଦଣ୍ଡରେ ବିରାଜମାନ କରିଥାନ୍ତି। ଏହି କଥାକୁ ସବୁବେଳେ ମନେ ରଖିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+