ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତାକାଲି (ସୋମବାର) ଦିଲ୍ଲୀ ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ମାଝୀଙ୍କର ଏହା ହେବ ଦୁଇ ଦିନିଆ ଗସ୍ତ। ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଦିଲ୍ଲୀରେ ସେ ସାଂସଦଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗତ ୫ତାରିଖରେ ଦିଲ୍ଲୀରୁ ଫେରିଥିଲେ। ଏହି ଗସ୍ତକାଳରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ମନୋହର ଲାଲ ଖଟ୍ଟରଙ୍କୁ ଭେଟିଥିଲେ।

mohan majhi

ଏଗସ୍ତ ନେଇ ମୁଖ୍ୟମନ୍ତ୍ରୀ କହିଥିଲେ ନୂଆଦିଲ୍ଲୀଠାରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିବାର ସୌଭାଗ୍ୟ ପ୍ରାପ୍ତ ହୋଇଛି। ଏହି ଅବସରରେ ମହାମହିମ ରାଷ୍ଟ୍ରପତିଙ୍କ ସହ ଓଡ଼ିଶାର ବିକାଶ ପରିଯୋଜନା, ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଆମର ଦୃଷ୍ଟିକୋଣ ଇତ୍ୟାଦି ବିଷୟରେ ଆଲୋଚନା କରିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+