ପୁରୀ ପୌରପାଳିକାକୁ ମହାନଗର ନିଗମ କରାଯିବ କହିଲେ ମୁଖ୍ୟମନ୍ତ୍ରୀ; ପୁରୀରେ ପ୍ରତିଷ୍ଠା ହେବ ବିଶ୍ବସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ
ପୁରୀ ପୌରପାଳିକାକୁ ମହାନଗର ନିଗମ କରାଯିବ । ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପୁରୀ ସହରକୁ ନୂଆ ଢାଞ୍ଚାର ଆବଶ୍ୟକତା ରହିଛି । କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ଓ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ନିଷ୍ପତ୍ତି। ପୁରୀ ପୌରପାଳିକା ଲୋକଙ୍କୁ ମୌଳିକ ସୁବିଧା ଯୋଗାଇବାରେ ଅସମର୍ଥ। ନିକଟବର୍ତ୍ତୀ ପଞ୍ଚାୟତଗୁଡ଼ିକ ସହରର ଅଂଶବିଶେଷ ହେବ ।
ପୁରୀ ସହରରେ ପ୍ରତିଷ୍ଠା ହେବ ବିଶ୍ବସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ । ପ୍ରେସମିଟ୍ରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଜଗନ୍ନାଥ ମ୍ୟୁଜିୟମ ସହ ଗବେଷଣା କେନ୍ଦ୍ର ଓ ଲାଇବ୍ରେରୀ ହେବ। ଗୋଟିଏ ପରିସରରେ ମ୍ୟୁଜିୟମ, ଗବେଷଣା କେନ୍ଦ୍ର ଓ ଲାଇବ୍ରେରୀ କେନ୍ଦ୍ର ରହିବ
ଅଡିଟୋରିୟମ ସହ ମୁକ୍ତାକାଶ ରଙ୍ଗମଞ୍ଚ ମଧ୍ୟ ହେବ କହିଲେ ମୁଖ୍ୟମନ୍ତ୍ରୀ ।

ମୁକ୍ତାକାଶ ରଙ୍ଗମଞ୍ଚରେ କଳାକାରଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ । ଏଥିସହ ପରିସରରେ ୩୦୦ ଆସନ ବିଶିଷ୍ଟ ଅଡିଟୋରିୟମ ପ୍ରତିଷ୍ଠା ହେବ। ଅଡିଟୋରିୟମରେ ପ୍ରତିଦିନ ଲାଇଟ୍ ଆଣ୍ଡ ସାଉଣ୍ଡ୍ ସୋ' ପ୍ରଦର୍ଶିତ ହେବ। ଏଥିସହ ମୁକ୍ତାକାଶ ରଙ୍ଗମଞ୍ଚ ମଧ୍ୟ ପ୍ରତିଷ୍ଠା ହେବ କହିଲେ ମୁଖ୍ୟମନ୍ତ୍ରୀ। ରଙ୍ଗମଞ୍ଚରେ କଳାକାରଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ।












Click it and Unblock the Notifications