ନୂଆବର୍ଷରେ ଅଧିକାରୀମାନଙ୍କୁ ପରାମର୍ଶ: ସାମୁହିକ ଦାୟିତ୍ୱ ନେଇ କରନ୍ତୁ କାମ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଉଚ୍ଚ ପଦାଧିକାରୀମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ସାମୁହିକ ଦାୟିତ୍ୱ ସହ କାମ କରି ସରକାରଙ୍କ କାର୍ଯ୍ୟକ୍ରମ ଗୁଡିକ ସଫଳ କରିବାକୁ ପରାମର୍ଶ ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଡଃ ମନମୋହନ ସିଂହଙ୍କ ପରଲୋକ ଯୋଗୁଁ ରାଷ୍ଟ୍ରୀୟ ଶୋକ ପାଳନ ତଥା ଚାଷୀ ମାନଙ୍କ ଅଦିନିଆ ବର୍ଷା ଜନିତ ଫସଲ ହାନୀ ପାଇଁ ମୁଖ୍ୟମନ୍ତ୍ରୀ ନୂଆ ବର୍ଷକୁ ନିରାଡମ୍ବର ଭାବେ ପାଳନ କରିବାକୁ ନିଷ୍ପତ୍ତି ନେଇଥିଲେ। ତେଣୁ, ଆଜି ଅଧିକାରୀ ଓ କର୍ମଚାରୀମାନେ ବିନା ଫୁଲରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶୁଭେଚ୍ଛା ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ ଛଅ, ସାତ ମାସ ମଧ୍ୟରେ ଆମ ସରକାର ଲୋକଙ୍କୁ ଯାହା ପ୍ରତିଶ୍ରୁତି ଦେଇଥିଲା ତାହା ପ୍ରାୟତଃ ପୂରଣ ହୋଇଛି। ମୁଖ୍ୟ ଶାସନ ସଚିବ ଓ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ପ୍ରମୁଖ ସଚିବମାନଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଅଧିକାରୀମାନଙ୍କ ସହଯୋଗରେ ବିଭିନ୍ନ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମ ମଧ୍ୟ ସଫଳତାର ସହ କରାଯାଇଛି। ତେଣୁ, ଓଡ଼ିଶା ଅନ୍ୟ ରାଜ୍ୟ ଠାରୁ ଯେପରି ଭଲ ପ୍ରଦର୍ଶନ କରିବ ସେ ଦିଗରେ ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

cm mohan majhi

ସେ କହିଥିଲେ ଯେ, ଆମ ପାଖରେ ଅନେକ ଆହ୍ୱାନ ରହିଛି ଓ ସୁଯୋଗ ମଧ୍ୟ ରହିଛି । ସାମୁହିକ ଦାୟିତ୍ୱ ନେଇ ସବୁ ଆହ୍ୱାନର ମୁକାବିଲା କରିପାରିଲେ ସମସ୍ତ କାର୍ଯ୍ୟ ସଫଳତାର ସହ କରାଯାଇ ପାରିବ। ଓଡିଶାରେ Navy Day, DGP Conference ଆଦି ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମ ସଫଳତାର ସହ ପାଳନ କରାଯାଇଛି। ପ୍ରବାସୀ ଭାରତୀୟ ଦିବସ ପାଳନ କାର୍ଯ୍ୟକ୍ରମକୁ ସଫଳତାର ସହ ଆୟୋଜନ କରି ଅନ୍ତର୍ଜାତୀୟ ସ୍ତରରେ ଓଡିଶାର ମର୍ଯ୍ୟାଦାକୁ ପ୍ରତିଷ୍ଠିତ କରିବା ପାଇଁ ସମସ୍ତେ ମିଳିମିଶି କାମ କରିବାର ଆବଶ୍ୟକତା ରହିଛି।

ପ୍ରଧାନମନ୍ତ୍ରୀଙ୍କ ଓଡିଶାର ବିକାଶ ପ୍ରତି ସ୍ୱତନ୍ତ୍ର ଫୋକସ ରହିଛି। ଗତ ଛଅ ମାସ ମଧ୍ୟରେ ତିନି ଥର ଆସିବା ସହିତ ଜାନୁଆରି ମାସରେ ଦୁଇ ଥର ଆସିବାର କାର୍ଯ୍ୟକ୍ରମ ରହିଛି। ଓଡ଼ିଶାକୁ ବିଭିନ୍ନ କ୍ଷେତ୍ରରେ କେନ୍ଦ୍ରର ସହଯୋଗ ଜାରି ରହିଛି। ତେଣୁ, ଏହି ସୁଯୋଗର ମଧ୍ୟ ସଦବ୍ୟବହାର କରି ବିକଶିତ ଓଡ଼ିଶାର ଲକ୍ଷ୍ୟ ପୂରଣ ଦିଗରେ ଆଗେଇବାକୁ ପଡ଼ିବ।

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ କହିଥିଲେ ଯେ, ଚଳିତ ବର୍ଷ ଓଡିଶା ପାଇଁ ଏକ ପ୍ରଗତିର ବର୍ଷ ହେବ। ୨୦୩୬ ଓ ୨୦୪୭ ପାଇଁ ଆମର ଯେଉଁ ସଂକଳ୍ପ ଅଛି, ସେ ଦିଗରେ ସମସ୍ତେ ମିଳିମିଶି କାମ କରିବାକୁ ସେମାନେ ପରାମର୍ଶ ଦେଇଥିଲେ।

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଥିଲେ ଯେ, ରାଜ୍ୟର ଅଧିକାରୀମାନେ ଦକ୍ଷ। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟର ସମସ୍ତ ଅଧିକାରୀ ଓ କର୍ମଚାରୀ ସରକାରଙ୍କ ଲକ୍ଷ୍ୟ ପୂରଣ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ହୋଇ କାମ କରୁଛନ୍ତି ବୋଲି ସେ କହିଥିଲେ। ଏହି ଆଲୋଚନାରେ ମୁଖ୍ୟ ଶାସନ ସଚିବଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସମସ୍ତ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବମାନେ ଉପସ୍ଥିତ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+