Get Updates
Get notified of breaking news, exclusive insights, and must-see stories!

କଟକ ଖାନ୍ ନଗରରେ ବ୍ରିଜ୍ ଅଘଟଣ: ୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଟକ ଖାନ୍‌ନଗର ଅଞ୍ଚଳରେ ଏକ ବ୍ରିଜ ନିର୍ମାଣ କାମ ଚାଲିଥିବା ବେଳେ ହଠାତ୍‌ ବ୍ରିଜର ସ୍ଲାବ ଭୁଶୁଡ଼ି ପଡିଥିଲା। ଫଳରେ ୫ଜଣ ଚାପି ହୋଇ ଗୁରୁତର ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରି ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଖବରପାଇ ଖାନ୍‌ନଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛି।

ଖାନନଗରରେ ନିର୍ମାଣାଧୀନ ବ୍ରିଜରେ ବ୍ୟବହାର ହୋଇଥିବା କ୍ରେନ୍‌ ଫେଲ୍‌ ହେବାରୁ ଅଘଟଣ ଘଟିଛି। ୫ଜଣ ଶ୍ରମିକ ଆହତ ହୋଇଥିଲେ। ଶ୍ରିକମାନଙ୍କ ମଧ୍ୟରୁ କିଛି ବାହାର ରାଜ୍ୟର ବୋଲି ଜଣାପଡ଼ିଛି। ଆହତମାନଙ୍କୁ ଆମର ଟିମ୍‌ ତୁରନ୍ତ ଏସ୍‌ସିବିକୁ ସ୍ଥାନାନ୍ତରିତ କରିଥିଲେ। ଘଟଣାର ତଦନ୍ତ ଜାରି ରହିଛି।

cm mohan majhi

ଏହି ଅଘଟଣ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ଏନେଇ ସେ ସାମାଜିକ ଗଣମାଧ୍ୟମରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି। ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୫ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏଥିସହ ଦୁର୍ଘଟଣାରେ ଆହତଙ୍କୁ ମାଗଣାରେ ଚିକିତ୍ସା ସେବା ଯୋଗାଇବା ସହ ମୁଖ୍ୟମନ୍ତ୍ରୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+