ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା : ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣା ବହି, BSE ଓ CHSE ମିଶି ହେବ ଗୋଟିଏ ବୋର୍ଡ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟରେ ୪୫ ହଜାର ଶିକ୍ଷକ ନିଯୁକ୍ତି ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତନ୍ମଧ୍ୟରୁ ୪୦ ହଜାର ନୂତନ ଶିକ୍ଷକ ପଦବୀ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

ଏପରିକି ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ପିଲାଙ୍କୁ ମାଗଣାରେ ପାଠ୍ୟ ପୁସ୍ତକ ଦିଆଯିବ। ସ୍କିମାଟିକ ପ୍ରାଥମିକ ଶିକ୍ଷକଙ୍କୁ ନିୟମିତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏପରିକି BSE ଏବଂ CHSEକୁ ମିଶାଇ ଗୋଟିଏ ବୋର୍ଡ କରାଯିବ। ଫଳରେ ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ମିଶିଯିବା ଏକ ପ୍ରକାଶ ସ୍ପଷ୍ଟ ହୋଇଯାଇଛି।

ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱ ଆରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୩୬ରେ ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ପ୍ରାଥମିକ ଶିକ୍ଷାର ଯଥେଷ୍ଟ ଗୁରୁତ୍ୱ ରହିଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ଏହି ପରାମର୍ଶ ଦେବା ସହିତ ଅନେକ ନୂତନ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ସ୍କିମାଟିକ ପ୍ରାଥମିକ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ ।

cm mohan majhi announcement

ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ପାଇଁ ନୂତନ ଶିକ୍ଷାନୀତି ଅନୁଯାୟୀ ଅଧିକ ଶିକ୍ଷକଙ୍କର ଆବଶ୍ୟକତା ରହିଛି । ରାଜ୍ୟରେ ବର୍ତ୍ତମାନ ୪୫, ୨୯୨ ଟି ପ୍ରାଥମିକ ବିଦ୍ୟାଳୟରେ ୧, ୬୦, ୩୧୯ ଟି ଶିକ୍ଷକ ପଦବୀ ରହିଛି । ନୂତନ ଶିକ୍ଷାନୀତି ଅନୁଯାୟୀ ଆଉ ୩୯, ୩୬୬ ଟି ପଦବୀ ସୃଷ୍ଟି କରାଯିବ । ଏହା ସହିତ ଡିସେମ୍ବର ୨୦୨୫ ସୁଦ୍ଧା ୫,୦୬୭ ଟି ଶିକ୍ଷକ ପଦବୀ ମଧ୍ୟ ଖାଲି ହେବ । ତେଣୁ ଏହି ସମସ୍ତ ପଦବୀକୁ ମିଶାଇ ଆସନ୍ତା ୩ ବର୍ଷ ମଧ୍ୟରେ ୪୪, ୪୩୩ ଟି ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ବର୍ଷକୁ ପ୍ରାୟ ୧୫ ହଜାର ପଦବୀ ପୂରଣ କରାଯିବ ।
ସ୍କୁଲ ଶିକ୍ଷାକୁ ସୁଦୃଢ଼ ଓ ଉନ୍ନତ କରିବା ପାଇଁ ରାଜ୍ୟରେ ଗୋଟିଏ ବୋର୍ଡର ଆବଶ୍ୟକତା ରହିଛି ବୋଲି ବୈଠକରେ ମତ ପ୍ରକାଶ ପାଇଥିଲା । ଏହି ଅନୁଯାୟୀ ରାଜ୍ୟର ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (BSE, CHSE) କୁ ମିଶାଇ ଗୋଟିଏ ବୋର୍ଡ ଗଠନ କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ସେହିପରି ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇ ଦିଆଯାଉଥିବା ବେଳେ ନବମ ଓ ଦଶମ ଶ୍ରେଣୀରେ କେବଳ ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କୁ ପାଠ୍ୟପୁସ୍ତକ ଦିଆଯାଉଛି । ନବମ ଓ ଦଶମ ଶ୍ରେଣୀର ସବୁ ପିଲାଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇ ଦେବାପାଇଁ ବୈଠକରେ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଥିଲେ ।
ଛାତ୍ରଛାତ୍ରୀମାନଙ୍କ ଶିକ୍ଷାର ଆବଶ୍ୟକତା ସହିତ ସ୍ୱାସ୍ଥ୍ୟ ମଧ୍ୟ ଗୁରୁତ୍ୱପୂର୍ଣ୍ଣ । ସେଥିପାଇଁ ହଷ୍ଟେଲରେ ରହୁଥିବା ପିଲାମାନଙ୍କ ପାଇଁ ANM ନିଯୁକ୍ତ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ପ୍ରତ୍ୟେକ ୩୦୦ ପିଲାଙ୍କ ପାଇଁ ଜଣେ ANM ବା ବହୁମୁଖୀ ସ୍ୱାସ୍ଥ୍ୟକର୍ମୀ ନିଯୁକ୍ତ କରିବା ପାଇଁ ନିଷ୍ପତ୍ତି କରାଯାଇଛି । ସେହିପରି ନୂତନ ବେସରକାରୀ ବିଦ୍ୟାଳୟ ଅନୁମୋଦନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭାବେ ଅନଲାଇନ ପ୍ରକ୍ରିୟାରେ କରିବା ପାଇଁ ବୈଠକରେ ନିଷ୍ପତ୍ତି କରାଯାଇଛି । ଆଦିବାସୀ ପିଲାମାନଙ୍କୁ ମାତୃଭାଷାରେ ଶିକ୍ଷା ଦେବା ଉପରେ ଗୁରୁତ୍ୱାରୋପ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାଦ୍ୱାରା ପିଲାମାନଙ୍କ ସହିତ ଭାଷାଗତ ଯୋଗାଯୋଗରେ ସୁବିଧା ହେବ ଏବଂ ଶିକ୍ଷାର ମାନ ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଏହା ସହିତ SCSTRTI ସହଯୋଗରେ କୋରାପୁଟରେ ଏକ ବହୁଭାଷୀ ଶିକ୍ଷା କେନ୍ଦ୍ର ପ୍ରତିଷ୍ଠା କରିବା ପାଇଁ ପଦକ୍ଷେପ ନିଆଯିବ । ସେହିପର ଭିନ୍ନକ୍ଷମ ପିଲାଙ୍କ ଶିକ୍ଷା ପାଇଁ ନିୟମିତ ଶିକ୍ଷକ ମାନଙ୍କୁ ଯେଉଁମାନେ ବିଇଡି କରିଥିବେ, ସେମାନଙ୍କୁ ବିଭିନ୍ନ କ୍ଲଷ୍ଟରରେ ରିସୋର୍ସ ପର୍ସନ ଭାବରେ ନିଯୁକ୍ତି ଦିଆଯିବ । NCERT ଢାଞ୍ଚାରେ SCERT କୁ ବିକଶିତ କରିବା ପାଇଁ ପଦକ୍ଷେପ ନିଆଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା । Director of Textbook Publication and Marketing ସଂସ୍ଥାର ସୃଦୃଢୀକରଣ କରାଯିବା ପାଇଁ ମଧ୍ୟ ନିଷ୍ପତ୍ତି ହୋଇଛି ।
ଏହି ବୈଠକରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର, ଅର୍ଥ ବିଭାଗ ପ୍ରମୁଖ ସଚିବ ସଞ୍ଜୀବ ମିଶ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଶାଳିନୀ ପଣ୍ଡିତ, ଓସେପାର ନିର୍ଦ୍ଦେଶିକା ଅନନ୍ୟା ଦାସ ଏବଂ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+