ବଜ୍ରପାତରେ ମୃତ ବ୍ୟକ୍ତିଙ୍କ ପରିବାର ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ରାଜ୍ୟର ୬ଟି ଜିଲ୍ଲାରେ ବଜ୍ରପାତ ଘଟି ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଅପରାହ୍ଣରେ ବଜ୍ରପାତ ଜନିତ ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ସହାୟତା ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ରାଶି ମିଳିବ। ଆହତମାନଙ୍କ ଚିକିତ୍ସା ରାଜ୍ୟ ସରକାର କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବର୍ତ୍ତମାନ ସୁଦ୍ଧା ପ୍ରାପ୍ତ ସୂଚନା ଅନୁଯାୟୀ ମୟୁରଭଂଜ, ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାରେ ୨ ଜଣ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ କେନ୍ଦୁଝର, ଢେଙ୍କାନାଳ ଓ ଗଞ୍ଜାମ ଜିଲ୍ଲା ରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।












Click it and Unblock the Notifications