ରାଜ୍ୟ ସ୍ତରୀୟ ପୋଷଣ ପକ୍ଷ ପାଳନ,ପୋଷଣ ଅଭିଯାନକୁ ସଫଳ କରି ସୁସ୍ଥ ମାନବ ସମ୍ବଳ ତିଆରି କରିବାକୁ ଆହ୍ୱାନ ଦେଲେ ମୁଖ୍ୟମନ୍ତ୍ରୀ

ସମୃଦ୍ଧ ଓଡିଶା ଗଠନ ପାଇଁ ଓଡିଶାକୁ କୁପୋଷଣ ମୁକ୍ତ କରିବା ଆମର ପ୍ରାଥମିକତା । ଏଥିପାଇଁ ଅନେକ ଫଳପ୍ରଦ ଯୋଜନା କରାଯାଇଛି। ତେବେ ଏହାର ସଫଳତା ପାଇଁ ସାମୁହିକ ସଚେତନତା ଖୁବ୍ ଜରୁରୀ । ଆଜି ସ୍ଥାନୀୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ ଆୟୋଜିତ ରାଜ୍ୟ ସ୍ତରୀୟ ପୋଷଣ ପକ୍ଷ-୨୦୨୫ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଷଣ ଅଭିଯାନକୁ ସଫଳ କରି ସୁସ୍ଥ ମାନବ ସମ୍ବଳ ତିଆରି କରିବାକୁ ଆହ୍ୱାନ ଦେଇଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର ଲକ୍ଷ୍ମୀସାଗର-ଝାରପଡା ସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନ ସଂସ୍ଥାରେ ୮୪ ଶଯ୍ୟା ବିଶିଷ୍ଟ ଏକ ନୂତନ ହଷ୍ଟେଲ ଉଦ୍‌ଘାଟନ କରିବା ସହିତ ଏକ ଲାଇବ୍ରେରୀ ହଲ ଏବଂ ଅଙ୍ଗନବାଡି ଟ୍ରେନିଙ୍ଗ୍ ସେଣ୍ଟର ମଧ୍ୟ ଶୁଭ ଉଦ୍‌ଘାଟନ କରିଛନ୍ତି। ରାଜ୍ୟରେ ପୂଜ୍ୟପୂଜା ପରମ୍ପରାକୁ ଆଗେଇ ନେଇ ମୁଖ୍ୟମନ୍ତ୍ରୀ ଏହି ପ୍ରତିଷ୍ଠାନର 8ଟି ବିଲ୍‌ଡିଙ୍ଗକୁ ଓଡିଶାର ମହିୟସୀ ମହିଳାଙ୍କ ନାମରେ ନାମିତ କରିବା ପାଇଁ ଘୋଷଣା କରିବା ସହିତ ପ୍ରତିଷ୍ଠାନର କନଫରେନସ୍ ହଲ୍‌କୁ ରମାଦେବୀ ସମ୍ମିଳନୀ କକ୍ଷ ନାମରେ ନାମିତ କରି ଏହାର ପରିଧିକୁ ବୃଦ୍ଧି କରିବା ପାଇଁ ମଧ୍ୟ ଘୋଷଣା କରିଛନ୍ତି।

ସୂଚନାଥାଉ କି, ଏହି ପ୍ରତିଷ୍ଠାନର ଅଡିଟୋରିଅମ୍‌ ହଲ୍‌କୁ ସରଳା ଦେବୀ ପ୍ରେକ୍ଷାଳୟ, ଲାଇବ୍ରେରୀ ହଲ୍‌କୁ କମଳା ପୂଜାରୀ ଗ୍ରନ୍ଥାଗାର, ଅଙ୍ଗନବାଡି ଟ୍ରେନିଙ୍ଗ ସେଣ୍ଟରକୁ ଶୈଳବାଳା ଦାସ ପ୍ରଶିକ୍ଷଣ କକ୍ଷ, ନୂଆ ହଷ୍ଟେଲକୁ ମାଳତୀ ଚୌଧୁରୀ ନିବାସ, ଅଙ୍ଗନବାଡି କର୍ମୀ ହଷ୍ଟେଲକୁ ବାଙ୍ଗରା ଦେବୀ ନିବାସ ଏବଂ ଗେଷ୍ଟ ହାଉସ୍‌କୁ ଗୁରୁବାରୀ ଜାନୀ ଅତିଥି ଭବନ ନାମରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏକ ସୁସ୍ଥ ଶିଶୁ ହିଁ ଉତ୍ତମ ଛାତ୍ର ହୋଇପାରିବ ଓ ଭବିଷ୍ୟତରେ ଏକ ଆଦର୍ଶ ନାଗରିକ ହୋଇପାରିବ। ସୁସ୍ଥ ଶିଶୁ, ସୁସ୍ଥ ଭବିଷ୍ୟତର ପ୍ରତୀକ । ପୋଷଣ ପକ୍ଷ ପାଳନ ସମୟରେ ଶିଶୁ ଜୀବନର ପ୍ରଥମ ଏକ ହଜାର ଦିନ ମଧ୍ୟରେ ପୋଷଣର ଗୁରୁତ୍ୱ ବିଷୟରେ ସଚେତନତା ବୃଦ୍ଧି କରିବା ପାଇଁ ପ୍ରୟାସ କରାଯାଉଛି । ଶୈଶବରେ ଉପଯୁକ୍ତ ପୋଷଣ ପାଇଲେ ଶିଶୁର ସ୍ୱାସ୍ଥ୍ୟ ଉନ୍ନତ ହେବା ସହିତ ତା'ର ସାମଗ୍ରିକ ବିକାଶ ସମ୍ଭବ ହୋଇପାରିବ।

cm mohan majhi

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏକ ସୁସ୍ଥ ଶିଶୁ ହିଁ ଉତ୍ତମ ଛାତ୍ର ହୋଇପାରିବ ଓ ଭବିଷ୍ୟତରେ ଏକ ଆଦର୍ଶ ନାଗରିକ ହୋଇପାରିବ। ସୁସ୍ଥ ଶିଶୁ, ସୁସ୍ଥ ଭବିଷ୍ୟତର ପ୍ରତୀକ । ପୋଷଣ ପକ୍ଷ ପାଳନ ସମୟରେ ଶିଶୁ ଜୀବନର ପ୍ରଥମ ଏକ ହଜାର ଦିନ ମଧ୍ୟରେ ପୋଷଣର ଗୁରୁତ୍ୱ ବିଷୟରେ ସଚେତନତା ବୃଦ୍ଧି କରିବା ପାଇଁ ପ୍ରୟାସ କରାଯାଉଛି । ଶୈଶବରେ ଉପଯୁକ୍ତ ପୋଷଣ ପାଇଲେ ଶିଶୁର ସ୍ୱାସ୍ଥ୍ୟ ଉନ୍ନତ ହେବା ସହିତ ତା'ର ସାମଗ୍ରିକ ବିକାଶ ସମ୍ଭବ ହୋଇପାରିବ।

ପୋଷଣ ଉପରେ ଆମର ନୂଆ ସରକାର ଅଧିକ ଫୋକସ୍ ରଖି କାମ କରିବା ଆରମ୍ଭ କରିଛନ୍ତି। ୧୦୦ କୋଟି ଟଙ୍କା ଅନୁଦାନରେ 'ଓଡିଶା ପୁଷ୍ଟି ମିଶନ' ମଧ୍ୟ ପ୍ରତିଷ୍ଠା କରାଯିବ। ପୋଷଣ ଅଭିଯାନରେ ମହିଳା ଓ ଶିଶୁ ମାନଙ୍କୁ ପୁଷ୍ଟିକର ଖାଦ୍ୟ ଦେବାପାଇଁ ଚଳିତ ବର୍ଷ ବଜେଟ୍‌ରେ ୨୮୪ କୋଟି ଟଙ୍କା ବରାଦ କରାଯାଇଛି। ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନାରେ ଦୁଇଟି କନ୍ୟା ସନ୍ତାନ ପାଇଁ ସହାୟତା ରାଶିକୁ ୧୦ହଜାର ଟଙ୍କାରୁ ୧୨ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏହି ସବୁ ପଦକ୍ଷେପ ଓଡିଶାର ପିଲାମାନଙ୍କର ପୋଷଣରେ ଉନ୍ନତି ଆଣିବ। ଯେହେତୁ ଏକ ସମୃଦ୍ଧ ଓଡିଶା ଗଠନ ଆମର ଲକ୍ଷ୍ୟ ତେଣୁ, ଆମ ଓଡିଶାକୁ ସୁ-ପୋଷିତ କରିବା ଆମର ପ୍ରାଥମିକତା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଅଙ୍ଗନବାଡି କର୍ମୀ ଓ ସୁପରଭାଇଜର ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣ ମାନେ ପିଲାମାନଙ୍କ ପୋଷଣ ଦାୟିତ୍ୱ ସହିତ ସେମାନଙ୍କୁ ପ୍ରାରମ୍ଭିକ ମୌଳିକ ଶିକ୍ଷା ବି ଦେଉଛନ୍ତି। ଆପଣ ମାନେ ହେଉଛନ୍ତି ପିଲାଙ୍କ ପାଇଁ ଦ୍ୱିତୀୟ ମା' ।
ଆମ ଦେଶରୁ କୁପୋଷଣ ଦୂର କରିବା ପାଇଁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ୨୦୧୮ରୁ ପିଏମ୍ ପୋଷଣ ଯୋଜନା ଆରମ୍ଭ କରିଛନ୍ତି। ଏଥିରେ ଗର୍ଭବତୀ ଓ ପ୍ରସୂତି ମହିଳା, କିଶୋରୀ ଓ ଛ ବର୍ଷରୁ କମ୍ ବର୍ଷର ଶିଶୁ ମାନଙ୍କ ପୋଷଣ ଉପରେ ସ୍ୱତନ୍ତ୍ର ଧ୍ୟାନ ଦିଆଯାଉଛି।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ, ପୋଷଣ ପକ୍ଷ ସମୟରେ ଜନ ଆନ୍ଦୋଳନର ସମୂହ ସଚେତନତା କେବଳ ଏହି ବିଭାଗରେ ନୁହେଁ, ଏହାର ସଫଳ ରୂପାୟନ ପାଇଁ ସମସ୍ତ ସହଭାଗୀ ବିଭାଗ, ଯେପରିକି ପଞ୍ଚାୟତିରାଜ ଓ ପାନୀୟ ଜଳ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ, କୃଷି ଓ କୃଷକ ସଶକ୍ତିକରଣ, ଅନୁସୂଚିତ ଜାତି ଓ ଜନଜାତି ବିକାଶ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ, ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ, ମିଶନ ଶକ୍ତି ପ୍ରମୁଖ ବିଭାଗର ସହଯୋଗ ଓ ସମନ୍ଵୟ ଅଧିକ ହେବା ଜରୁରୀ। ସମସ୍ତ ଯୋଜନାର ସଫଳତା ପାଇଁ 'Whole of Government Approach' ବହୁତ୍ ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।

ସୂଚନାଯୋଗ୍ୟ ଯେ, ପିଲାମାନଙ୍କ ପୁଷ୍ଟିହୀନତା ଦୂର କରିବା ପାଇଁ ପୋଷଣ ଅଭିଯାନକୁ ଏକ ଜନ ଆନ୍ଦୋଳନରେ ପରିଣତ କରିବା ପାଇଁ ଉଦ୍ୟମ ଜାରି ରହିଛି। ଏହି ଅଭିଯାନର ଅଂଶ ସ୍ୱରୂପ ପ୍ରତି ବର୍ଷ ମାର୍ଚ୍ଚ-ଏପ୍ରିଲ ମାସରେ ୧୫ ଦିନ ଧରି ପୋଷଣ ପକ୍ଷ ପାଳନ କରାଯାଏ । ଚଳିତ ବର୍ଷ ଅଙ୍ଗନବାଡିଠୁ ଆରମ୍ଭ କରି ଜାତୀୟସ୍ତର ପର୍ଯ୍ୟନ୍ତ ଏପ୍ରିଲ ୮ରୁ ୨୨ ତାରିଖ ପର୍ଯ୍ୟନ୍ତ ପୋଷଣ ପକ୍ଷ ପାଳନ କରାଯାଉଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+