CM Mohan Majhi: ଅଗ୍ନିବୀରଙ୍କ ପାଇଁ ୧୦ ପ୍ରତିଶତ ସଂରକ୍ଷଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭାରତୀୟ ସେନାରେ ଯୋଗ ଦେଇଥିବା ସବୁ ସୈନିକ ମାନେ ଆମର ଗର୍ବ ଓ ଗୌରବ । ଆମର ଅଗ୍ନିବୀର୍ ମାନେ ମଧ୍ୟ ସେନାବାହିନୀରେ ଦକ୍ଷ ପ୍ରଶିକ୍ଷଣ ପାଇ ବିଭିନ୍ନ ସୁରକ୍ଷା କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବାର ଯୋଗ୍ୟତା ହାସଲ କରିଛନ୍ତି ।
ଅଗ୍ନିବୀର୍ ଯୋଜନା ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଏକ ଯୁଗାନ୍ତକାରୀ ଯୋଜନା । ଏହି ଯୋଜନା ଦେଶର ଯୁବସମାଜକୁ ଦକ୍ଷ, ସାହାସୀ ଓ ଯୋଗ୍ୟ କରିବାରେ ସହାୟକ ହୋଇଛି। ଜୀବନର ସବୁ କ୍ଷେତ୍ରରେ ଆହ୍ବାନକୁ ଗ୍ରହଣ କରିପାରୁଥିବା ଯୁବସମାଜ ଗଠନରେ ଏହି ଯୋଜନାର ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି।

ସେଥିପାଇଁ ରାଜ୍ୟ ସରକାର ଓଡିଶାର ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।
ମୁଁ ଏଠାରେ ଘୋଷଣା କରୁଛି ଯେ ଓଡିଶାର ଯେଉଁ ଅଗ୍ନିବୀର୍ ମାନେ ସେନାବାହିନୀରେ ଭର୍ତ୍ତି ହୋଇ ନଥିବେ, ସେମାନଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦ ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଦିଆଯିବ। ସେମାନଙ୍କ ପାଇଁ ବୟସ ସୀମା ମଧ୍ୟ ୫ ବର୍ଷ କୋହଳ କରାଯିବ।












Click it and Unblock the Notifications