CM Mohan Majhi: ଡବଲ୍‌ ଡେକର ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଡବଲ୍‌ ଡେକର ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ୫ଟି ଡବଲ ଡେକର, ୧୦ଟି ହପ୍‌ ଅନ୍‌ ହପ୍‌ ଅଫ୍‌ ବସ୍‌ର ଶୁଭାରମ୍ଭ। ଏଥିସହ ୨୫ଟି ଶ୍ରୀମନ୍ଦିର ପ୍ରଶାସନ ବସ୍‌ର ଶୁଭାରମ୍ଭ।

Chief Minister inagurates the double decker

ଏହି ବସ୍‌ ସର୍ବ ଭାରତରେ ପ୍ରଥମ ବୋଲି ଜଣାଯାଇଛି। ଥରେ ବିଦ୍ୟୁତ୍‌ ସଂଯୋଗ କଲେ ଏହା ପ୍ରାୟ ୨୫୦ରୁ ୩ଶହ କିମି ପର୍ଯ୍ୟନ୍ତ ଯାଇ ପାରିବ । ବସ୍‌ଟି ୫୫ ସିଟ୍‌ ବିଶିଷ୍ଟ ହୋଇଥିବା ବେଳେ ଏହାର ବେଗ ୪୫ କିମି ରହିଛି। ଏହା ଶୀତତାପ ନିୟନ୍ତ୍ରୀତ ବସ୍‌ ହୋଇଥିବା ବେଳେ ତାହା ସବୁବେଳେ ସିସିଟିଭି ନଜରରେ ରହିବ । ଏଥିସହ ଏହାର ସିଟ୍‌କୁ ବି ଯାତ୍ରୀଙ୍କ ନିମନ୍ତେ ଆରାମଦାୟକ କରାଯାଇଛି।

ପ୍ରଥମେ ପ୍ରବାସୀଙ୍କୁ ବୁଲାଇବ ପରେ ଏହି ବସ୍‌ ଭୁବନେଶ୍ୱର, କଟକ, ଖୋର୍ଦ୍ଧା, ପୁରୀରେ ଚାଲିବ । ଡବଲ ଡେକର ବସ୍ରେ ଓଡ଼ିଆ କଳା ସଂସ୍କୃତିର ଚିହ୍ନ ରହିଛି । ସାମ୍ନା ପଟରେ ରହିଛି କୋଣାର୍କ ଚକ ଚିହ୍ନ । ଶ୍ରୀମନ୍ଦିର, ଧଉଳି ଶାନ୍ତି ସ୍ତୁପ ଓ କଟକ ବାଲିଯାତ୍ରାର ଛବି ବି ଏହି ବସ୍‌ରେ ରହିଛି । ଫଳରେ ଅତ୍ୟାଧୁନିକ ସେବାରେ ପରିପୂର୍ଣ୍ଣ ଏହି ବସ୍‌ ଓଡ଼ିଶାର କଳା ସଂସ୍କୃତିକୁ ବି ବହନ କରିଛି।

କଟକରୁ ଭୁବନେଶ୍ୱର ମଧ୍ୟରେ ୨ଟି ଡବଲ୍ ଡେକର୍ ବସ୍ ଓ ଭୁବନେଶ୍ୱରରୁ ପୁରୀ ମଧ୍ୟରେ ଅନ୍ୟ ୨ଟି ବସ୍ ଚଳାଇବା ପାଇଁ ଯୋଜନା କରିଛି କ୍ରୁଟ୍ । ଓଡ଼ିଶାରେ ପ୍ରଥମ ଥର ପାଇଁ ଏହି ଡବଲ ଡେକର ବସ୍ ଚାଲିବାକୁ ଥିବରୁ ଏହାକୁ ନେଇ ରାଜଧାନୀବାସିନ୍ଦାଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+