କମଳା ପୂଜାରୀଙ୍କ ପରଲୋକ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ କହିଲେ 'ଦେଶ ପାଇଁ ଅପୂରଣୀୟ କ୍ଷତି'

ଭୁବନେଶ୍ୱର: ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ମୋହନ ମାଝି କହିଛନ୍ତି, କମଳା ପୂଜାରୀଙ୍କ ପରଲୋକ ଦେଶ ପାଇଁ ଏକ ଅପୂରଣୀୟ କ୍ଷତି । ପରିବେଶର ସୁରକ୍ଷା ପାଇଁ ତାଙ୍କ ଅବଦାନ ସ୍ମରଣୀୟ । ଅମର ଆତ୍ମାର ସଦଗତି କାମନା କଲେ ମୁଖ୍ୟମନ୍ତ୍ରୀ ।

CM Mohan Majhi

ସେହିପରି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ସେ କହିଛନ୍ତି, ଓଡ଼ିଶାର ଗୌରବ ତଥା କୃଷିବିତ୍ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ କମଳା ପୂଜାରୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ବିଭିନ୍ନ କିସମର ଧାନ ସଂରକ୍ଷଣ କରିବା ଦିଗରେ ସେ ଦେଶରେ ଉଦାହରଣ ସୃଷ୍ଟି କରିଥିଲେ । ଜନଜାତି ସମୁଦାୟରୁ ଆସି କୃଷି ବିଶେଷତଃ ଜୈବିକ ଚାଷ କ୍ଷେତ୍ରରେ ତାଙ୍କର ଅସାଧାରଣ ଅବଦାନ ଚିର ସ୍ମରଣୀୟ ହୋଇରହିବ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+