ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୋହନ ମାଝୀ
ବିଜେପି ନେତ୍ରୀ ରେଖା ଗୁପ୍ତା ଆଜି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଉପ ରାଜ୍ୟପାଳ ଭିକେ ସକ୍ସେନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତାଙ୍କ ସହ ୬ ଜଣ ବିଜେପି ବିଧାୟକ କ୍ୟାବିନେଟ ସଦସ୍ୟ ଭାବେ ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ରେଖା ପ୍ରଥମଥର ପାଇଁ ବିଧାୟକ ହୋଇଛନ୍ତି।
ନିକଟରେ ଶେଷ ହୋଇଥିବା ଦିଲ୍ଲୀ ବିଧାନସଭା ନିର୍ବାଚନରେ ଶାଲିମାର ବାଗରୁ ରେଖା ୨୯ ହଜାରରୁ ଅଧିକ ଭୋଟରେ ବିଜୟୀ ହୋଇଥିଲେ। ବିଜେପି ୨୭ ବର୍ଷ ପରେ ଦିଲ୍ଲୀରେ କ୍ଷମତା ଦଖଲ କରିଥିବା ବେଳେ ଫଳାଫଳ ପ୍ରକାଶ ପାଇବାର ୧୧ ଦିନ ପରେ ରେଖା ଗୁପ୍ତା ଓ ତାଙ୍କ କ୍ୟାବିନେଟ ସହଯୋଗୀମାନେ ରାମଲୀଲା ମୈଦାନରେ ଶପଥ ନେଇଛନ୍ତି।

ଏହି ପରିପ୍ରେକ୍ଷୀରେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଭେଟିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓ ଏବଂ ପ୍ରଭାତୀ ପରିଡ଼ା ଏବଂ ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଉପସ୍ଥିତ ରହିଛନ୍ତି। ଅନ୍ୟପକ୍ଷେ ଏହି ଫଟୋକୁ ସୋସିଆଲ ମିଡିଆରେ ସେୟାର କରିଛନ୍ତି ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା।












Click it and Unblock the Notifications