ଦୟା ୱେଷ୍ଟ କେନାଲର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ଯୋଜନା ଗୁଡିକୁ ତ୍ୱରାନ୍ୱିତ କରି ସହର ଗୁଡିକରେ ଲୋକଙ୍କ ପାଇଁ ଆଧୁନିକ ସୁବିଧାର ବିକାଶ ପାଇଁ ପରାମର୍ଶ ଦେଇଛନ୍ତି। ବିଭିନ୍ନ ଯୋଜନା ଗୁଡିକର ସୁବିଧା ପାଉଥିବା ହିତାଧିକାରୀ ଚୟନ କ୍ଷେତ୍ରରେ ତଥା କର୍ମସଂସ୍ଥାନ ପ୍ରଦାନ କ୍ଷେତ୍ରରେ ଓଡିଶାର ଯୋଗ୍ୟ ବ୍ୟକ୍ତିମାନଙ୍କୁ ପ୍ରାଥମିକତା ଦେବାକୁ ସେ ପରାମର୍ଶ ଦେଇଛନ୍ତି।

ସହର ଗୁଡିକର ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ ଉପରେ ପ୍ରାଥମିକତା ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହା ଦ୍ୱାରା ସହରର ଗରିବ ଲୋକଙ୍କ ପାଇଁ ଭିତ୍ତିଭୂମି ଓ ଆନୁସଙ୍ଗିକ ସୁବିଧାର ବିକାଶ କରାଯାଇ ପାରିବ। ସେମାନେ ସୁବିଧାରେ ରହି ସହରରେ ସେବା ଯୋଗାଇ ଦେବା ସହ ଜୀବିକ ଅର୍ଜନ ମଧ୍ୟ କରିପାରିବେ।

ସେହିପରି ଭୁବନେଶ୍ୱରର ଦୟା ୱେଷ୍ଟ କେନାଲର ସମସ୍ୟା ସମ୍ପର୍କରେ ବୌଠକରେ ଆଲୋଚନା କରାଯାଇଥିଲା। ୩୪ କି.ମି ଦୀର୍ଘ ଏହି କେନାଲର ୧୬ କି.ମି.ରୁ ଅଧିକ ଅଂଶ ଭୁବନେଶ୍ୱର ସହର ଭତରେ ରହିଛି। ଏହାର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପାଇଁ ଏକ ଉନ୍ନତ ଯୋଜନା ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଭୁବନେଶ୍ୱର ଓ ତା'ର ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କରିବା ବର୍ତ୍ତମାନ ସମୟର ଏକ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସ୍ୱଚ୍ଛତା କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ସବୁ ସହରରେ ବାୟୋ-ମାଇନିଂ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଉ। ସ୍ୱଚ୍ଛତା କ୍ଷେତ୍ରରେ ଭୁବନେଶ୍ୱର ଯେପରି ଦେଶର ଏକ ମଡେଲ୍ ସହର ହୋଇପାରିବ ସେଥିପାଇଁ ଉପଯୁକ୍ତ କାର୍ଯ୍ୟକ୍ରମ ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।

cm mohan majhi

ବୈଠକରେ ବିଭାଗ ପକ୍ଷରୁ ୧୦୦ ଦିନର ଆକ୍ସନ ପ୍ଲାନ ସମ୍ପର୍କରେ ତଥ୍ୟ ଉପସ୍ଥାପନା କରାଯାଇଥିଲା। ଏହା ସହିତ ମେଟ୍ରୋ ରେଲ୍ ପ୍ରକଳ୍ପର ଅଗ୍ରଗତି, ଜାଗା ମିଶନ, CRUT ପରିବହନ ବ୍ୟବସ୍ଥା, ସ୍ୱଚ୍ଛତା ଓ ସୌନ୍ଦର୍ଯ୍ୟକରଣ ଉପରେ ବୈଠକରେ ଆଲୋଚନା କରାଯାଇଥିଲା।

ଏହି ବୈଠକରେ ବିଭାଗୀୟ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ମୁଖ୍ୟ ଶାସନ ସଚିବ ଶ୍ରୀ ମନେଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ, CRUTର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଅରୁଣ ବୋଥ୍ରା ଏବଂ ଅନ୍ୟ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+