ଧଉଳି ଏକ ସାଧାରଣ ପାହାଡ଼ ନୁହେଁ, କଳିଙ୍ଗର ବୀର ସନ୍ତାନଙ୍କ ସୌର୍ଯ୍ୟ, ସାହାସ ଓ ସାମର୍ଥ୍ୟର ପ୍ରତୀକ ହେଉଛି ଧଉଳି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଏକ ସାଧାରଣ ପାହାଡ ନୁହେଁ, ଧଉଳି ପାହାଡ ଓଡିଶା ଇତିହାସର ଏକ ଗୌରବମୟ ଅତୀତକୁ ଛାତିରେ ଧରି ରଖିଛି। କଳିଙ୍ଗର ବୀର ସନ୍ତାନଙ୍କ ସୌର୍ଯ୍ୟ, ସାହାସ ଓ ସାମର୍ଥ୍ୟର ପ୍ରତୀକ ଏହି ଧଉଳି। ଓଡିଆ ବୀର ସନ୍ତାନଙ୍କ ଲୁହ ଆଉ ରକ୍ତରେ ଏକାକାର ହୋଇଥିବା ତ୍ୟାଗର ତୀର୍ଥସ୍ଥଳୀ ଏହି ଧଉଳି ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଧଉଳି ଶାନ୍ତି ସ୍ତୁପର ୫୨ତମ ପ୍ରତିଷ୍ଠା ଦିବସ ଅବସରରେ କହିଛନ୍ତି।

ଏହି ଅବସରରେ ଧଉଳି ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଖ୍ରୀଷ୍ଟପୂର୍ବ ୨୬୧ରେ ଲୋମହର୍ଷଣକାରୀ କଳିଙ୍ଗ ଯୁଦ୍ଧ ପରେ ଏହିଠାରୁ ଶାନ୍ତିକୁ ଜୀବନର ବ୍ରତ କରି ବୌଦ୍ଧ ଧର୍ମକୁ ଗ୍ରହଣ କରିଥିଲେ ସମ୍ରାଟ ଅଶୋକ। ଆଜିକୁ ୫୨ ବର୍ଷ ତଳେ ଜାପାନ ସରକାରଙ୍କ ଉଦ୍ୟମରେ ପ୍ରତିଷ୍ଠା ହୋଇଥିଲା ଏହି ଶାନ୍ତିର ସ୍ତୁପ। ସେବେଠାରୁ ଆଜି ପର୍ଯ୍ୟନ୍ତ ଶାନ୍ତି ଆଉ ମୈତ୍ରୀର ପ୍ରତୀକ ସାଜିଛି ଏହି ଧଉଳି। ବୌଦ୍ଧ ଧର୍ମ ସମ୍ପର୍କରେ ଯେବେ ଆଲୋଚନା କରାଯାଏ ସେତେବେଳେ ଓଡିଶାର ନା ସବୁଠାରୁ ଆଗରେ ଆସିଥାଏ।

ଓଡିଶାରେ ବୌଦ୍ଧ ଧର୍ମର ଯେତେ ପ୍ରଚାର ପ୍ରସାର ହୋଇଥିଲା ଏବଂ ଯେତେ ବୌଦ୍ଧ ବିହାର ଓଡିଶାରେ ଦେଖିବାକୁ ମିଳେ ତାହା ଭାରତବର୍ଷର ଅନ୍ୟ କୌଣସି ପ୍ରଦେଶରେ ଦେଖିବାକୁ ମିଳେ ନାହିଁ। ଖ୍ରୀଷ୍ଟପୂର୍ବ ୬ଷ୍ଠ ଶତାବ୍ଦୀଠାରୁ ଓଡିଶାରେ ବୌଦ୍ଧ ଧର୍ମର ପ୍ରସାର ଘଟିଥିଲା। ଧଉଳି ପାଦ ଦେଶରେ ଦୟାନଦୀ କୂଳରେ ଭାରତ ଇତିହାସରେ ଏକ ନିର୍ଣ୍ଣାୟକ ମୋଡ ଆସିଥିଲା। ମଗଧର ସମ୍ରାଟ ଅଶୋକଙ୍କୁ କଳିଙ୍ଗ ଯୁଦ୍ଧର ବିଭୀଷିକା ଧର୍ମାଶୋକରେ ପରିଣତ କରିଥିଲା। ସମ୍ରାଟ ଅଶୋକ ଦେଶ ବିଦେଶରେ ବୌଦ୍ଧ ଧର୍ମର ପ୍ରଚାର ପ୍ରସାର ପାଇଁ ନିଜ ପୁତ୍ର ମହେନ୍ଦ୍ର ଏବଂ କନ୍ୟା ସଙ୍ଘମିତ୍ରାଙ୍କୁ ସିଂହଳ ଦେଶକୁ ଏହି ଓଡିଶାରୁ ପଠାଇଥିବା ବିଶ୍ବାସ କରାଯାଏ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଅତୀତର ସମୃଦ୍ଧ ନୌବାଣିଜ୍ୟ ପରମ୍ପରା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେତେବେଳେ ନୌବାଣିଜ୍ୟ ପରମ୍ପରାରେ ଓଡିଶା ସାଧବ ପୁଅ ମାନେ ସିଦ୍ଧହସ୍ତ ଥିଲେ। ବୋଇତରେ ସେମାନେ ସାତ ସମୁଦ୍ର ପାର ହୋଇ ବାଣିଜ୍ୟ କାରବାର କରିବାକୁ ଯାଉଥିଲେ।

mohan majhi

ଭାରତର ଅନ୍ୟ କୌଣସି ରାଜ୍ୟର ଲୋକମାନେ ସେତେବେଳେ ବୋଇତରେ ସମୁଦ୍ରଯାତ୍ରା ବିଷୟରେ ଜାଣି ନଥିଲେ। ତେଣୁ ବୌଦ୍ଧ ଧର୍ମର ପ୍ରଚାର ପାଇଁ ଯାଉଥିବା ବୌଦ୍ଧ ସନ୍ୟାସୀ ମାନେ ଓଡିଶାରୁ ବିଦେଶକୁ ଯାଉଥିଲେ। ସେଥିପାଇଁ ଓଡିଶାରେ ବୌଦ୍ଧ ଧର୍ମର ବହୁଳ ପ୍ରସାର ଘଟିଥିଲା। ଯାହାର ଐତିହାସିକ ମୁକସାକ୍ଷୀ ଭାବେ ରତ୍ନଗିରି, ଲଳିତଗିରି, ଉଦୟଗିରି ଓ ଖଣ୍ଡଗିରି ଆଦିରେ ବୌଦ୍ଧ ବିହାର, ଗୁମ୍ଫା ଓ ଭଗ୍ନାବଶେଷ ଆଜି ମଧ୍ୟ ଦେଖିବାକୁ ମିଳୁଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+