କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ : ମୁଖ୍ୟମନ୍ତ୍ରୀ
କେନ୍ଦୁଝର: କେନ୍ଦୁଝରରେ ହେବ ଷ୍ଟିଲ ପ୍ଲାଣ୍ଟ । କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପନ ପାଇଁ ଟାସ୍କଫୋର୍ସ ଗଠନ ହେବ । ଶିଳ୍ପ ପ୍ରକଳ୍ପର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏପରି ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଏନେଇ ଆଗ୍ରହୀ ଶିଳ୍ପ ସଂସ୍ଥା ସହ ଆଲୋଚନା କରି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯିବ ବୋଲି ମୁଖ୍ରମନ୍ତ୍ରୀ ମୋହନ ମାଝି କହିଛନ୍ତି । ୫ ବର୍ଷରେ ୩.୫ ଲକ୍ଷ ନିଯୁକ୍ତି ସୃଷ୍ଟି କରିବାକୁ ଲକ୍ଷ୍ୟ ରହିଛି । ଅଧିକ ନିଯୁକ୍ତି ସମ୍ଭାବନା ଥିବା କ୍ଷେତ୍ରକୁ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥିସହିତ ଟେକ୍ସଟାଇଲ, ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରକୁ ଧ୍ୟାନ ଦିଆଯିବା ସହ ଓଡ଼ିଆ ଉଦ୍ୟୋଗୀଙ୍କୁ ଶିଳ୍ପ ସ୍ଥାପନ ପାଇଁ ଉତ୍ସାହିତ କରିବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି ।












Click it and Unblock the Notifications