ସ୍ଥଳଭାଗ ଅଭିମୁଖେ ‘ଦାନା’ ଅଗ୍ରସର, ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସାମୁଦ୍ରିକ ବାତ୍ୟା 'ଦାନା' ସୃଷ୍ଟି ହୋଇଛି। 'ଦାନା'ର ପ୍ରଭାବ କେନ୍ଦ୍ରାପଡ଼ାଠାରୁ ବାଲେଶ୍ବର ଉପକୂଳ ପର୍ଯ୍ୟନ୍ତ ରହିବ। ବାତ୍ୟା ସ୍ଥଳଭାଗ ଛୁଇଁଲା ବେଳକୁ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୧୦ କିମି ରହିଥିବ। ଅତିରୁ ଅତିପ୍ରବଳ ବର୍ଷା ହେଉଥିବ। ବେଳେବେଳେ ପବନର ବେଗ ୧୨୦ କିମି ଛୁଇଁପାରେ। ୨୪ ତାରିଖ ମଧ୍ୟରାତ୍ରିରେ ସ୍ଥଳଭାଗ ଛୁଇଁବାକୁ ଥିବା ଏହି ବାତ୍ୟାର ପ୍ରଭାବ ବହୁ କମ୍‌ ସମୟ ରହିବ। ସ୍ଥଳଭାଗରେ ମାତ୍ର ୩୦ କିମି ପର୍ଯ୍ୟନ୍ତ ବାତ୍ୟା ତାଣ୍ଡବ ରଚିବ ଏବଂ ୨୫ ତାରିଖ ଭୋର ବେଳକୁ ଗଭୀର ଅବପାତରେ ପରିଣତ ହୋଇସାରିଥିବ।

ଅନ୍ୟପଟେ ଆଜି ବୁଧବାର ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉକ୍ତ ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହିତ ମୁଖ୍ୟ ସଚିବ, ଡିଜିପି, ଶକ୍ତି ସଚିବ ଏବଂ ଅଗ୍ନିଶମ ଡିଜି ସାମିଲ ହୋଇଛନ୍ତି। ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକରେ ୧୮୨ ଉଦ୍ଧାରକାରୀ ଟିମ୍‌ ମୁତୟନ ହୋଇଥିବେଳେ ଅତ୍ୟାଧୁନିକ ଯନ୍ତ୍ରପାତି ଯୋଗାଇ ଦିଆଯାଇଛି। ଏହାବ୍ୟତୀତ ଆଉ ୧୦ଟି ଟିମ୍‌ ଭୁବନେଶ୍ୱରରେ ସଜାଗ ରହିଛନ୍ତି।

ସନ୍ଧ୍ୟା ପୂର୍ବରୁ ୧୦ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯିବ ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା ଦେଇଛନ୍ତି। ବାତ୍ୟା ପ୍ରଭାବରେ ସନ୍ଧ୍ୟାରୁ ବର୍ଷାର ମାତ୍ରା ବଢ଼ିବ। ପ୍ରଭାବିତ ଜିଲାରୁ ୧୦ରୁ ୧୨ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତରଣ ଲକ୍ଷ୍ୟ ରଖାଯାଇଛି। ଗ୍ରାଉଣ୍ଡରେ ଅଧିକାରୀ ଅଛନ୍ତି, ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଥିବା ମନ୍ତ୍ରୀ କହିଛନ୍ତି।

mohan majhi

ରିଲିଫ କେନ୍ଦ୍ରରେ ସବୁ ସୁବିଧା ଯୋଗାଇ ଦିଆଯିବ। ଯେଉଁ ଜାଗାରେ ବାତ୍ୟା ପ୍ରଭାବ ରହିବ, ସେ ସବୁ ସ୍ଥାନର ଲୋକଙ୍କୁ ଘର ଛାଡି ରିଲିଫ କେନ୍ଦ୍ରକୁ ଆସିବାକୁ ରାଜସ୍ୱ ଏବଂ ବିପର୍ଯ୍ୟୟ ମନ୍ତ୍ରୀ ନିବେଦନ କରିଛନ୍ତି। ଘର ନିରାପତ୍ତା ପାଇଁ ଗାଁଗୁଡ଼ିକ ପୋଲିସ ଦାୟିତ୍ୱରେ ରହିବ। 'ଦାନା' ଧାମରା ପାଖାପାଖି ଲ୍ୟାଣ୍ଡ ଫଲ୍ କରିବ। ଲୋକଙ୍କୁ ସବୁ ସୁବିଧା ସୁଯୋଗ ଯୋଗାଇ ଦିଆଯିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+