ଆଜିଠୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ: ଧରଣୀଧରଙ୍କ ଗାଁ କୁସୁମିତା ହେବ ଐତିହ୍ୟ ଗ୍ରାମ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠୁ କେନ୍ଦୁଝରକୁ ୨ ଦିନିଆ ଗସ୍ତରେ ଯିବେ । ୫ ଓ ୬ ତାରିଖରେ (ସୋମବାର ଓ ମଙ୍ଗଳବାର) ଗସ୍ତ କାର୍ଯ୍ୟକ୍ରମ ରହିଛି । ପ୍ରଥମ ଦିନ ଧରଣୀଧର ନାଏକଙ୍କ ଜୟନ୍ତୀ ଅବସରରେ କୁସୁମିତାରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ବିପ୍ଳବୀ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବେ ମୁଖ୍ୟମନ୍ତ୍ରୀ ।

କୁସୁମିତା ଗ୍ରାମରେ ଏକ ଜନସମାବେଶକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ । ଏହାପରେ ଧରଣୀଧର ଭୂୟାଁଙ୍କ ଏନ୍ତୁଡିଶାଳ କୁସୁମିତାକୁ ଐତିହ୍ୟ ଗ୍ରାମ ଭାବେ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଏଥିପାଇଁ ଭୂୟାଁ ସାଂସ୍କୃତିକ ସଙ୍ଗଠନ ଉତ୍ସାହିତ ହୋଇଉଠିଛି । ସୂଚନାଯୋଗ୍ୟ, ବିପ୍ଳବୀ ଧରଣୀଧର କେନ୍ଦୁଝର ଜିଲ୍ଲାର ଗର୍ବ ଓ ଗୌରବ ଓ ସ୍ୱାଭିମାନର ପ୍ରତୀକ । ତତ୍କାଳୀନ ବ୍ରିଟିଶ ସମର୍ଥିତ ରାଜତନ୍ତ୍ରର ଅନ୍ୟାୟ, ଅତ୍ୟାଚାର ଓ ଶୋଷଣ ବିରୁଦ୍ଧରେ ଧରଣୀଧରଙ୍କ ଭଳି ଆଦିବାସୀ ଯୁବକଙ୍କର ବିପ୍ଳବ ଇତିହାସରେ ଏକ ଉଲ୍ଲେଖନୀୟ ଅଧ୍ୟାୟ ଯୋଡ଼ିଛି ।

cm mohan majhi visit to Keonjhar from today

ତେବେ ନୂଆ ସରକାର ବିପ୍ଳବୀ ମାଟି ଧରଣୀଧରଙ୍କ ଗ୍ରାମକୁ ଐତିହ୍ୟ ଗ୍ରାମ ଭାବେ ଘୋଷଣା କରିବାକୁ ନିଷ୍ପତ୍ତି ନେଇଛନ୍ତି । ଧରଣୀଙ୍କ ବିପ୍ଳବ ସମ୍ପର୍କରେ ରାଜ୍ୟ ଓ ରାଜ୍ୟ ବାହାରର ଲୋକେ ଅନେକ ବିଷୟ ଜାଣିନାହାନ୍ତି । ତେଣୁ କୁସୁମିତା ଗ୍ରାମରେ ଏକ ସ୍ମୃତି ସଂଗ୍ରାହଳୟ, ପାଠାଗାର, ଖେଳ ପଡ଼ିଆ ସହିତ ବିପ୍ଳବୀଙ୍କ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହାସହିତ ଶିଶୁ ଉଦ୍ୟାନ କରାଯାଇଛି।

ବିପ୍ଳବୀ ଧରଣୀଧର ବ୍ୟବହାର କରୁଥିବା କୂଅକୁ ମଧ୍ୟ ପୁନରୁଦ୍ଧାର ଏବଂ ସଂରକ୍ଷିତ କରାଯିବ। ପାଠାଗାରରେ ବିପ୍ଳବୀଙ୍କ ସମ୍ପର୍କରେ ଜନସାଧାରଣ ଜାଣିବା ପାଇଁ ସମସ୍ତ ପୁସ୍ତକ ବ୍ୟବସ୍ଥା ରହିବ । ଏହାସହିତ ବିପ୍ଳବୀ ଧରଣୀଧରଙ୍କ ସମ୍ପର୍କରେ ସବିଶେଷ ତଥ୍ୟ ସ୍ମୃତି ସଂଗ୍ରାଳୟରେ ଉପଲବ୍ଧ ହେବ ।

ବିପ୍ଳବୀଙ୍କ ପ୍ରତିମୂର୍ତ୍ତି ପଛପଟରେ ଅବହେଳିତ ଅବସ୍ଥାରେ ଥିବା ଗ୍ରାମ ଉଦ୍ୟାନରେ ନିର୍ମାଣ କାମ ଆରମ୍ଭ ହୋଇଛି । ଶିଶୁ ମାନଙ୍କ ଖେଳକୁଦ ଉପକରଣ ସହିତ ମୁକ୍ତ ବ୍ୟାୟମଶାଳା ପାଇଁ ବିଭିନ୍ନ ଉପକରଣ ସ୍ଥାପନ କରାଯାଇଛି । ଐତିହ୍ୟ ଗ୍ରାମ ପାଇଁ ରାଜ୍ୟ ସରକାର ୫୦ କୋଟି ଟଙ୍କା ପ୍ରଥମ ପର୍ଯ୍ୟାୟରେ ଖର୍ଚ୍ଚ କରିବା ଲକ୍ଷ୍ୟ ରଖିଛନ୍ତି ।

ଏହାସହ ମୁଖ୍ୟମନ୍ତ୍ରୀ ଅପରାହ୍ନରେ ଧରଣୀଧର ମେଡିକାଲ କଲେଜରେ ଟ୍ରମା କେୟାର ସେଣ୍ଟରର ଶୁଭାରମ୍ଭ କରିବା ସହ ନବ ନିର୍ମିତ ଟାଉନ ଥାନାର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶା ସାହିତ୍ୟ ଏକାଡେମୀ ଆନୁକୁଲ୍ୟରେ ଅନୁଷ୍ଠିତ ତିନିଦିନ ବ୍ୟାପୀ ରଙ୍ଗବତୀ ମହୋତ୍ସବକୁ ମଧ୍ୟ ଉଦଘାଟନ କରିବେ ୬ ତାରିଖ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରି ଯିବାର କାର୍ଯ୍ୟକ୍ରମ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+