୨୪ରେ ନୂଆ ରାସନ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ

୨୪ରେ ନୂଆ ରାସନ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ପୁରୀରେ ପଞ୍ଚାୟତିରାଜ ଦିବସ ପାଳନ ବେଳେ ବଣ୍ଟନ କାର୍ଯ୍ୟକ୍ରମ । ୫ ଲକ୍ଷ ୯୦ ହଜାର ନୂଆ ହିତାଧିକାରୀ ରାସନ କାର୍ଡ ପାଇବେ ।

cm mohan majhi

ଆସନ୍ତା ୨୪ ତାରିଖରେ ବଣ୍ଟାଯିବ ନୂଆ ରାଶନ କାର୍ଡ। ପ୍ରଥମ ପର୍ଯ୍ୟାୟ ରାଶନ କାର୍ଡ ପୁରୀରେ ବଣ୍ଟନ କରାଯିବ । ପୁରୀଠାରେ ପଞ୍ଚାୟତିରାଜ ଦିବସ ପାଳନ ବେଳେ ଏହି ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ଏବଂ ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଯୋଗ ଦେଇ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାଶନ କାର୍ଡ ପ୍ରଦାନ କରିବେ । ରାଜ୍ୟରେ ୫ ଲକ୍ଷ ୯୦ ହଜାର ହିତାଧିକାରୀ ନୂତନ ରାସନ କାର୍ଡ ପାଇବେ । ଏନେଇ ମଙ୍ଗଳବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ।

ସୂଚନା ଯୋଗ୍ୟ, ଏଯାବତ୍‌ ପ୍ରାୟ ୨୫ ଲକ୍ଷ ଲୋକ E-KYC କରିନାହାନ୍ତି। ଅଫିସରମାନେ ଫିଲ୍ଡକୁ ଯାଇ ଏହାର ଅନୁଧ୍ୟାନ କରିବେ । ୨୪ ତାରିଖରୁ ହିତାଧିକାରୀଙ୍କୁ ରାଶନ କାର୍ଡ ବଣ୍ଟନ ଆରମ୍ଭ ହେବ । ପୁରୀରେ ପଞ୍ଚାୟତିରାଜ ଦିବସ ପାଳନ ବେଳେ ମୁଖ୍ୟମନ୍ତ୍ରୀ ପ୍ରଥମ ପର୍ଯ୍ୟାୟରେ ହିତାଧିକାରୀଙ୍କୁ କାର୍ଡ ପ୍ରଦାନ କରିବେ ।ପରେ ପର୍ଯ୍ୟାୟକ୍ରମେ ସମସ୍ତ ୫ ଲକ୍ଷ ୯୦ ହଜାର ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ ବଣ୍ଟନ କରାଯିବ
ବୋଲି ସେ କହିଛନ୍ତି।

ନିକଟରେ ରାଜ୍ୟ ସରକାର ଏପ୍ରିଲ ୨୨ ତାରିଖ ସୁଦ୍ଧା ନୂଆ ରାଶନ କାର୍ଡ ପ୍ରିଣ୍ଟ ସହିତ ଲାମିନେଶନ କରି ସମ୍ପୂର୍ଣ୍ଣ ପ୍ରସ୍ତୁତ କରିବାକୁ ସବୁ ଜଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ । ହିତାଧିକାରୀମାନେ ଲାମିନେଶନ ସହ ରଙ୍ଗିନ ରାସନ କାର୍ଡ ପାଇବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+