ମିହିର ଦାସଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ
ମିହିର ଦାସଙ୍କ ବିୟୋଗରେ ଓଡ଼ିଶାର ରାଜ୍ୟପାଳ ପ୍ରଫେର ଗଣେଶୀଲାଲ, ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରମୁଖ ଶୋକ ବ୍ୟକ୍ତି କରିଛନ୍ତି ।
ଭୁବନେଶ୍ୱର: ଓଡ଼ିଶା ସିନେ ଜଗତର ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ଆବର୍ତ୍ତନରେ ରାଜ୍ୟରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ କରିଛନ୍ତି । ତାଙ୍କ ବିୟୋଗରେ ଓଡ଼ିଶାର ରାଜ୍ୟପାଳ ପ୍ରଫେର ଗଣେଶୀଲାଲ, ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରମୁଖ ଶୋକ ବ୍ୟକ୍ତି କରିଛନ୍ତି ।

ଚିକିତ୍ସାଧୀନ ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲରେ ମିହିର ଦାସଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା। ମଲ୍ଟି ଅର୍ଗାନ ଫେଲୁଅର ରୋଗରେ ପୀଡିତ ଥିଲେ ମିହିର ଦାସ । କିଛିଦିନ ତଳେ ଆଇସିୟୁରେ ଥିଲେ ମିହିର ଦାସ । ତାଙ୍କ ପରଲୋକରେ ଓଡ଼ିଆ ସିନେ ଜଗତରେ ଏକ ବଡ଼ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି।
ଓଡ଼ିଆ ସିନେ ଜଗତର ପ୍ରଖ୍ୟାତ ଅଭିନେତା ମିହିର ଦାସଙ୍କ ପରଲୋକରେ ମାନ୍ୟବର ରାଜ୍ୟପାଳ ଗଭୀର ଶୋକ ପ୍ରକଟ କରିବା ସହିତ ତାଙ୍କର ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସାନ୍ତ୍ଵନା ଜଣାଇଛନ୍ତି। ସ୍ୱର୍ଗତ ଦାସ ଜଣେ ଶୀର୍ଷ ସ୍ତରର କଳାକାର ଭାବେ ନିଜର ଅନନ୍ୟ ଅଭିନୟ କଳା ପାଇଁ ସବୁରି ହୃଦୟରେ ରହିବେ ବୋଲି ରାଜ୍ୟପାଳ ଟ୍ୱିଟ୍ କରି ଲେଖିଛନ୍ତି।
ଓଡ଼ିଆ ସିନେଜଗତର ପ୍ରଖ୍ୟାତ ଅଭିନେତା ମିହିର ଦାସଙ୍କ ପରଲୋକରେ ମାନ୍ୟବର ରାଜ୍ୟପାଳ ଗଭୀର ଶୋକ ପ୍ରକଟ କରିବା ସହିତ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସାନ୍ତ୍ଵନା ଜଣାଇଛନ୍ତି। ସ୍ବର୍ଗତ ଦାସ ଜଣେ ଶୀର୍ଷ ସ୍ତରର କଳାକାର ଭାବେ ନିଜର ଅନନ୍ୟ ଅଭିନୟ କଳା ପାଇଁ ସବୁରି ହୃଦୟରେ ରହିବେ ବୋଲି ମାନ୍ୟବର ରାଜ୍ୟପାଳ ପ୍ରକାଶ କରିଛନ୍ତି l
— Governor Odisha (@GovernorOdisha) January 11, 2022
ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଲେଖିଛନ୍ତି, ବର୍ଷୀୟାନ ଅଭିନେତା ମିହିର ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ କଳା ଜଗତରେ ସେ ଛାଡି ଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଅମର କରି ରଖିବ। ତାଙ୍କ ବିୟୋଗ ଓଡ଼ିଆ କଳାଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି ।
ବର୍ଷୀୟାନ ଅଭିନେତା ମିହିର ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ କଳା ଜଗତରେ ସେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଅମର କରି ରଖିବ। ତାଙ୍କ ବିୟୋଗ ଓଡ଼ିଆ କଳାଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) January 11, 2022
ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଓଡ଼ିଶାର ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଟ୍ୱିଟ୍ କରି ଲେଖିଛନ୍ତି, ଲୋକପ୍ରିୟ ପ୍ରଖ୍ୟାତ ସିନେ ଅଭିନେତା ଶ୍ରୀ ମିହିର ଦାସଙ୍କ ବିୟୋଗ ଜନିତ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ। ଯଦିଓ ସେ ଦୀର୍ଘଦିନ ଧରି ଚିକିତ୍ସିତ ହେଉଥିଲେ, ଶେଷରେ ଜୀବନ ଯୁଦ୍ଧରେ ଜୀବନ ରଙ୍ଗମଞ୍ଚରୁ ଚିରଦିନ ପାଇଁ ବିଦାୟ ନେଇଛନ୍ତି। ସେ ମଣିଷ ହିସାବରେ ମଧ୍ୟ ଅତ୍ୟନ୍ତ ମେଳାପି, ମିଷ୍ଠଭାଷୀ ଓ ଭଲ ମଣିଷ ଭାବରେ ବେଶ୍ ପରିଚିତ। ତାଙ୍କର ଅଭିନୟ ଓଡ଼ିଶାର ପୁରପଲ୍ଲୀରେ ପ୍ରତ୍ୟେକ ମଣିଷକୁ ଚିତ୍ରପ୍ରତି ଆକୃଷ୍ଟ କରି ରଖିବାର କଳା ତାଙ୍କୁ ବେସ୍ ଭଲଭାବରେ ଜଣାଥିଲା ।
ଲୋକପ୍ରିୟ ପ୍ରଖ୍ୟାତ ସିନେ ଅଭିନେତା ଶ୍ରୀ ମିହିର ଦାସଙ୍କ ବିୟୋଗ ଜନିତ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ । ଯଦିଓ ସେ ଦୀର୍ଘଦିନ ଧରି ଚିକିତ୍ସିତ ହେଉଥିଲେ, ଶେଷରେ ଜୀବନ ଯୁଦ୍ଧରେ ଜୀବନ ରଙ୍ଗମଞ୍ଚରୁ ଚିରଦିନ ପାଇଁ ବିଦାୟ ନେଇଛନ୍ତି । ତାଙ୍କ ବିୟୋଗରେ ଓଡ଼ିଶା ସିନେଜଗତରୁ ଏକ ଉଜ୍ଜ୍ୱଳ ତାରକା
— Biswa Bhusan Harichandan (@BiswabhusanHC) January 11, 2022
ମିହିର ଦାସଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ ଟ୍ୱିଟ୍ କରି ଲେଖିଛନ୍ତି, ଓଡ଼ିଶା ସିନେ ଜଗତର ସୁନାମଧନ୍ୟ ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ବିୟୋଗରେ ମୁଁ ଦୁଃଖିତ ଓ ମର୍ମାହତ। ଜଣେ କଳାକାର ଭାବରେ ନୁହେଁ ବରଂ ତାଙ୍କ ସହ ମୋର ସମ୍ପର୍କ ବଡ଼ ଭାଇ ଭଳି ଥିଲା। ସେ ଆମ ଗହଣରେ ଆଜି ନାହାନ୍ତି, ଏ ଖବରକୁ ମୁଁ ବିଶ୍ୱାସ କରିପାରୁନାହିଁ। ନିଜର ଉତ୍କର୍ଷ ଅଭିନୟ ତଥା ସବୁ ଭୂମିକାରେ ଶ୍ରେଷ୍ଠ ପ୍ରଦର୍ଶନ କରି ସେ କୋଟି କୋଟି ଓଡ଼ିଆ ଦର୍ଶକଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ତିଆରି କରିଥିଲେ। ତାଙ୍କ ବିୟୋଗରେ ଓଡ଼ିଶା ସିନେ ଜଗତରେ ଏକ ସୁବର୍ଣ୍ଣ ଯୁଗର ସୂର୍ଯ୍ୟାସ୍ତ ହେଲା ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି।
ଓଡ଼ିଶା ସିନେ ଜଗତର ସୁନାମଧନ୍ୟ ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ବିୟୋଗରେ ମୁଁ ଦୁଃଖିତ ଓ ମର୍ମାହତ । ଜଣେ କଳାକାର ଭାବରେ ନୁହେଁ ବରଂ ତାଙ୍କ ସହ ମୋର ସମ୍ପର୍କ ବଡ଼ ଭାଇ ଭଳି ଥିଲା । ସେ ଆମ ଗହଣରେ ଆଜି ନାହାନ୍ତି, ଏ ଖବରକୁ ମୁଁ ବିଶ୍ୱାସ କରିପାରୁନାହିଁ ।
— Dharmendra Pradhan (@dpradhanbjp) January 11, 2022
ଓଡ଼ିଶା ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ।
Just heard the sad news about the demise of legendary Odia actor,
— Niranjan Patnaik (@NPatnaikOdisha) January 11, 2022
Shri #MihirDas. It’s a huge setback for Odisha film industry. He was a versatile actor with a huge fan following across generations. My heartfelt condolences to his family, friends and fans.🙏 pic.twitter.com/9IIpUqLcnY












Click it and Unblock the Notifications