Get Updates
Get notified of breaking news, exclusive insights, and must-see stories!

ନନ୍ଦ ସାରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

ପଦ୍ମଶ୍ରୀ ନନ୍ଦକିଶୋର ପୃଷ୍ଟିଙ୍କ ବିୟୋଗରେ ଆଜି ସାରା ଦେଶରେ ଶୋକର ଛାୟା ଖେଳିଯାଇଛି ଏବଂ ବିଶିଷ୍ଟ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି ।

ଭୁବନେଶ୍ୱର: ପଦ୍ମଶ୍ରୀ ନନ୍ଦକିଶୋର ପୃଷ୍ଟିଙ୍କ ପରଲୋକ । ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି । ତାଙ୍କ ବିୟୋଗରେ ଆଜି ସାରା ଦେଶରେ ଶୋକର ଛାୟା ଖେଳିଯାଇଛି ଏବଂ ବିଶିଷ୍ଟ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନନ୍ଦ ସାରଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ନନ୍ଦ ସାରଙ୍କୁ ମନେ ପକାଇ ଶୋକ ପ୍ରକାଶ କରିଛନ୍ତି ।

Nanda Sir

ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି, ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଶିକ୍ଷକ ନନ୍ଦ କିଶୋର ପୃଷ୍ଟିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଶିକ୍ଷା କ୍ଷେତ୍ରରେ ବହୁମୂଲ୍ୟ ଅବଦାନ ଏବଂ ତାଙ୍କ ଜୀବନ ବ୍ୟାପୀ ତ୍ୟାଗ ଚିର ଆଦର୍ଶ ହୋଇରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ସେହିପରି କେନ୍ଦ୍ରମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି, ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ତଥା ନନ୍ଦ ସାରଙ୍କ ବିୟୋଗରେ ମୁଁ ଦୁଃଖିତ ଓ ମର୍ମାହତ । ବିନା ପାରିଶ୍ରମିକରେ ତିନି ପିଢ଼ି ଧରି ନିରବଚ୍ଛିନ୍ନ ଭାବେ ଛୋଟ ଛୋଟ ପିଲାଙ୍କୁ ଶିକ୍ଷାଦାନ କରି ଆସୁଥିବା ନନ୍ଦ ସାରଙ୍କ ବିୟୋଗ କେବଳ ଓଡ଼ିଶା ନୁହେଁ ବରଂ ସମଗ୍ର ଭାରତର ଶିକ୍ଷା ସମାଜ ପାଇଁ ଅପୂରଣୀୟ କ୍ଷତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।

ନରେନ୍ଦ୍ର ମୋଦୀ ଓଡିଆରେ ଟ୍ୱିଟ କରି ଲେଖିଛନ୍ତି, ଶ୍ରୀଯୁକ୍ତ ନନ୍ଦ ପୃଷ୍ଟିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ । ଓଡ଼ିଶାରେ ଶିକ୍ଷାର ପ୍ରସାର ପାଇଁ ସମ୍ମାନନୀୟ ନନ୍ଦ ସାରଙ୍କ ଉଦ୍ୟମ ଅନେକ ପିଢ଼ି ପର୍ୟ୍ୟନ୍ତ ସ୍ମରଣୀୟ ହୋଇ ରହିବ । ଗତ କିଛି ସପ୍ତାହ ପୂର୍ବରୁ ଆୟୋଜିତ ପଦ୍ମ ପୁରସ୍କାର ସମାରୋହରେ ସେ ଦେଶର ଦୃଷ୍ଟି ଆକର୍ଷଣ କରିବା ସହ ଦେଶବାସୀଙ୍କ ଶ୍ରଦ୍ଧାର ପାତ୍ର ହୋଇଥିଲେ ।

ସେହିପରି ଅମିତ ଶାହା ଟ୍ୱିଟ କରି ଲେଖିଛନ୍ତି, ନନ୍ଦ କିଶୋର ପୃଷ୍ଟି ଜୀଙ୍କ ବିୟୋଗରେ ମୁଁ ଗଭୀର ଭାବେ ଦୁଃଖିତ। ଓଡ଼ିଶାର ପିଲା ମାନଙ୍କୁ ମାଗଣା ଶିକ୍ଷାଦାନରେ ତାଙ୍କର ଅଗ୍ରଣୀ ଭୂମିକା ପାଇଁ ନିକଟ ଅତୀତରେ ସେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ। ଏହି ମହାନ ବ୍ୟକ୍ତିଙ୍କର ନିଃସ୍ୱାର୍ଥପର ସେବା ପାଇଁ ସାରା ଦେଶରେ ସେ ଚିର ସ୍ମରଣୀୟ ହୋଇ ରହିବେ।

ସୂଚନାଯୋଗ୍ୟ ଯେ, ନଭେମ୍ବର ୨୯ ତାରିଖରେ ନନ୍ଦ ସାରଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ସୁକିନ୍ଦା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପରେ ସେ କୋଭିଡ୍‌ ପଜିଟିଭ ଚିହ୍ନଟ ଚିହ୍ନଟ ହୋଇଥିଲେ । ତା'ପରେ ସେହି ଦିନ ରାତିରେ ତାଙ୍କୁ ଟାଟା ମେଡିକାଲ କୋଭିଡ୍‌ ହସ୍‌ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଚିକିତ୍ସା ଚାଲିଥିବା ବେଳେ ୪ ତାରିଖରେ ଭୁବନେଶ୍ୱର ସମ୍ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଆଜି ତାଙ୍କର ପରଲୋକ ହୋଇଛି ।

ଯାଜପୁର ଜିଲ୍ଲାର ସୁକିନ୍ଦା ବ୍ଲକ ଅନ୍ତର୍ଗତ କନ୍ତିରା ଗ୍ରାମର ଜଣେ ସୁନାମଧନ୍ୟ ଶିକ୍ଷକ ଭାବେ ସେ ଖ୍ୟାତି ଅର୍ଜନ କରିଥିଲେ । ସେ ନନ୍ଦ ସାର ନାମରେ ମଧ୍ୟ ପରିଚିତ ଥିଲେ । ଶିକ୍ଷାକ୍ଷେତ୍ରରେ ଅବଦାନକୁ ସ୍ୱୀକୃତି ପ୍ରଦାନ କରି ତାଙ୍କୁ ୨୦୨୦ ବର୍ଷ ପାଇଁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନୀତ କରାଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+