କଳିଙ୍ଗା ଘାଟି ବସ ଦୁର୍ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ- ପ୍ରଧାନମନ୍ତ୍ରୀ
ଗତକାଲି ବିଳମ୍ବିତ ରାତିରେ ଗଞ୍ଜାମ-କନ୍ଧମାଳ ସୀମାନ୍ତ ଦୁର୍ଗାପ୍ରସାଦ ନିକଟ କଳିଙ୍ଗା ଘାଟିରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣା ପାଇଁ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ ଓ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ।
ଭୁବନେଶ୍ବର: ଗତକାଲି ବିଳମ୍ବିତ ରାତିରେ ଗଞ୍ଜାମ-କନ୍ଧମାଳ ସୀମାନ୍ତ ଦୁର୍ଗାପ୍ରସାଦ ନିକଟ କଳିଙ୍ଗା ଘାଟିରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣା ପାଇଁ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ ଓ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ।

ଉଲ୍ଲେଖଥା କି, ଗତକାଲି କଳିଙ୍ଗାଘାଟିରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଏକ ଟୁରିଷ୍ଟ ବସ୍ ଓଲଟି ୬ ଜଣଙ୍କର ମୃତ୍ୟୁ ଘଟିଥିଲା । ଏହି ଦୁର୍ଘଟଣାରେ ୪୫ରୁ ଅଧିକ ପର୍ଯ୍ୟଟକ ଆହତ ହୋଇଥିବା ବେଳେ ୧୫ ଜଣଙ୍କୁ ବ୍ରହ୍ମପୁର ଏମ୍କେସିଜି ମେଡିକାଲ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣାଗ୍ରସ୍ତ ବସ୍ଟି ପଶ୍ଚିମବଙ୍ଗର ବୋଲି ଜଣାପଡ଼ିଛି ।
ପ୍ରଧାନମନ୍ତ୍ରୀ ମୋଦୀ ଟ୍ବିଟ କରିଛନ୍ତି ଯେ, ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହେତୁ ଲୋକଙ୍କ ଜୀବନ ଯାଇଥିବାରୁ ମୁଁ ବହୁତ ଦୁଃଖିତ। ଏହି ଦୁଃଖଦ ସମୟ ମଧ୍ୟରେ ମୁଁ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଉଛି। ମୁଁ ପ୍ରାର୍ଥନା କରୁଛି ଯେ ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ।

ଏହା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ କରି ଲେଖିଛନ୍ତି ଯେ, ଦାରିଙ୍ଗବାଡି କଳିଙ୍ଗା ଘାଟି ନିକଟରେ ପର୍ଯ୍ୟଟକ ବସ୍ ଦୁର୍ଘଟଣାରେ ଅନେକଙ୍କ ପ୍ରାଣହାନି ହୋଇଥିବା ଖବର ବିଷୟରେ ଜାଣି ମୁଁ ଦୁଃଖିତ। ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଅମର ଆତ୍ମାର ସଦଗତି ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି।

ସେହିପରି ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଲେଖିଛନ୍ତି, କନ୍ଧମାଳ ସୀମାନ୍ତ ଦୁର୍ଗାପ୍ରସାଦ ନିକଟ କଳିଙ୍ଗା ଘାଟିରେ ପର୍ଯ୍ୟଟକ ବସ୍ ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ଓ ୪୨ ଜଣ ଆହତ ହୋଇଥିବା ଖବର ବିଷୟରେ ଅବଗତ ହୋଇ ମାନ୍ୟବର ରାଜ୍ୟପାଳ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଅମର ଆତ୍ମାର ସଦଗତି ସହ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି।ଏହା ପୂର୍ବରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟ୍ବିଟ କରି ଶୋକ ପ୍ରକାଶ କରିଥିଲେ ଏବଂ ମୃତକଙ୍କ ପରିବାର ପ୍ରତି ସମବେଦନା ଜ୍ଞାପନ କରିଥିଲେ।

ଗତକାଲି ଟୁରିଷ୍ଟ ବସ୍ଟି ଫୁଲବାଣୀରୁ ପଶ୍ଚିମବଙ୍ଗ ଅଭିମୁଖେ ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଯାଉଥିଲା । ମାତ୍ର ବିଳମ୍ବିତ ରାତିରେ କଳିଙ୍ଗା ଘାଟିରେ ଡ୍ରାଇଭର ଭାରସାମ୍ୟ ହରାଇବାରୁ ଗାଡ଼ିଟି ଘାଟିରୁ ତଳକୁ ଖସି ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ବସ୍ ତଳେ ଚାପି ହୋଇ ୬ ଜଣଙ୍କ ମୃତ୍ୟୁ ହୋଇଛି।













Click it and Unblock the Notifications