‘ଓମିକ୍ରନ’ ପାଇଁ ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ଦରକାର ନଥିଲେ ଘରୁ ବାହାର ନାହିଁ ...
ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହେବା ପରେ ସଜାଗ ହୋଇଉଠିଛନ୍ତି ରାଜ୍ୟ ସରକାର । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ସତର୍କ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଭୁବନେଶ୍ୱର: ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହେବା ପରେ ସଜାଗ ହୋଇଉଠିଛନ୍ତି ରାଜ୍ୟ ସରକାର । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ସତର୍କ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଓମିକ୍ରନ ସଂପର୍କରେ ଲୋକଙ୍କୁ ସତର୍କ କରାଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜନସାଧାରଣଙ୍କ ସହଯୋଗରେ କୋଭିଡର ପ୍ରଥମ ଓ ଦ୍ବିତୀୟ ଲହରୀକୁ ଓଡିଶା ସଫଳ ଭାବରେ ମୁକାବିଲା କରିପାରିଛି । ବର୍ତ୍ତମାନ କୋଭିଡର ନୂଆ ଭାରିଏଣ୍ଟ ଓମିକ୍ରନ ତାର କାୟା ବିସ୍ତାର କରୁଛି । ତେଣୁ ଜନସାଧାରଣ ସତର୍କ ରହି କୋଭିଡ ନିୟମ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି । ମାସ୍କ ପିନ୍ଧିବା, ବାରମ୍ବାର ହାତ ଧୋଇବା, ସାମାଜିକ ଦୂରତ୍ବ ରକ୍ଷା କରିବା ଓ ଅତି ଆବଶ୍ୟକ ନ ହେଲେ ଭିଡକୁ ନ ଯିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ସେହିପରି ଦରକାର ନଥିଲେ ଘରୁ ନବାରିବା ପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସମସ୍ତେ ସହଯୋଗ କଲେ ଏହି ଓମିକ୍ରନ୍ ଲହରକୁ ମୁକାବିଲା କରିହେବ ବୋଲି ସେ କହିଛନ୍ତି । ଅନ୍ୟ ଦେଶମାନଙ୍କରେ କରୋନାର ନୂଆ ଭ୍ୟାରିଆଣ୍ଟ ଓମିକ୍ରନ୍ ଭୟଙ୍କର ମାତ୍ରାରେ ବ୍ୟାପିବାରେ ଲାଗିଛି । ଏହା ଡେଲଟା ଭ୍ୟାରିଆଣ୍ଟ ଠାରୁ ଅଧିକ ସଂକ୍ରାମକ ହୋଇଥିବାରୁ ଚିନ୍ତାରେ ପଡିଛି ବିଶ୍ୱ ସ୍ୱସ୍ଥ୍ୟ ସଂଗଠନ । ତେଣୁ ଏହାକୁ ଦୃଷ୍ଟିରେ ରଖି ଏବେଠୁ ସତର୍କ ହେବାକୁ ପଡିବ । ସମସ୍ତେ ସଚେତନ ରହିଲେ ଓମିକ୍ରନ ଭୟକୁ ଏଡାଇ ଦେଇପାରିବା ଏଥିରେ କୌଣସି ସନ୍ଦେହ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।












Click it and Unblock the Notifications