ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ଆକସ୍ମିକ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଭୁବନେଶ୍ବର: ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ଆକସ୍ମିକ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଦୁଃଖଦ ଖବରରେ ସେ ଗଭୀର ଭାବରେ ମର୍ମାହତ ହୋଇଛନ୍ତି । ସେ ଜଣେ ଜନପ୍ରିୟ ନେତା ଭାବରେ ଦଳମତ ନିର୍ବିଶେଷରେ ସମସ୍ତଙ୍କର ପ୍ରିୟପାତ୍ର ଥିଲେ। ବାଚସ୍ପତି ଭାବେ ଉଚ୍ଚ ସଂସଦୀୟ ପରମ୍ପରା ବଜାୟ ରଖିବା ସହିତ ସବୁ ଦଳର ବିଧାୟକ ମାନଙ୍କ ସମ୍ମାନର ଅଧିକାରୀ ହୋଇପାରିଥିଲେ ।

Kishore Mohanty

ମନ୍ତ୍ରୀ ତଥା ବିଧାୟକ ଭାବରେ ଓଡିଶାର ବିକାଶ ପାଇଁ ତାଙ୍କର ଗୁରୁତ୍ବପୂର୍ଣ୍ଣ ଅବଦାନ ରହିଛି । ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବରେ ମଧ୍ୟ ସେ ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ପଶ୍ଚିମ ଓଡିଶାରେ ବିଜୁ ଜନତା ଦଳର ସାଂଗଠନିକ କାର୍ଯ୍ୟକ୍ରମକୁ ଦୃଢ ନେତୃତ୍ବ ଦେଇଥିଲେ । ସେବା ଓ ପ୍ରତିବଦ୍ଧତା ତାଙ୍କ ବ୍ୟକ୍ତିତ୍ବର ଅନନ୍ୟ ଦିଗ ଥିଲା । ପରଲୋକଗତ ଆତ୍ମାର ସଦ୍ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

ସୂଚନାଥାଉ କି, ବ୍ରଜରାଜନଗର ବିଧାୟକଙ୍କ କିଶୋର ମହାନ୍ତିଙ୍କ ଆଜି ଦେହାନ୍ତ ଘଟିଛି । ହୃଦଘାତରେ କିଶୋରଙ୍କ ପରଲୋକ ଘଟିଥିବା ସୂଚନା ମିଳିଛି । ୬୩ ବର୍ଷ ବୟରେ ହୃଦଘାତରେ ଦେହାନ୍ତ ଘଟିଛି । କିଶୋର ମହାନ୍ତି ପଶ୍ଚିମ ଓଡ଼ିଶାର ଜଣେ ଟାଣୁଆ ନେତା ଥିବାବେଳେ ଓଡ଼ିଶା ବିଧାନସଭାରେ ପୂର୍ବରୁ ବାଚସ୍ପତି ଭାବେ ଦାୟିତ୍ୱ ନିଭାଇଥିଲେ ।

ଝାରସୁଗୁଡାରୁ ତିନି ଥର ବିଧାୟକ ଥିଲେ କିଶୋର । ପରେ ପ୍ରଥମ ଥର ପାଇଁ ବ୍ରଜରାଜନଗର ଆସନରୁ ବିଧାୟକ ହୋଇଥିଲେ। 1990ରେ ପ୍ରଥମ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ କିଶୋର ମହାନ୍ତି । ୨୦୦୪ରୁ ୨୦୦୮ ଯାଏଁ ବିଜେଡ଼ି ସରକାରୀର ସେ ମୁଖ୍ୟ ସଚେତକ ଦାୟିତ୍ୱ ତୁଲାଇଥିଲେ । ୨୦୦୮ରୁ ୨୦୦୯ ଯାଏଁ ବାଚସ୍ପତି ପଦବୀରେ ବସିଥିଲେ କିଶୋର ମହାନ୍ତି । ୨୦୦୯ରୁ ୨୦୧୨ ଯାଏଁ ବିଜେଡିରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ସେହିପରି ୨୦୧୪ରୁ ୨୦୧୯ ଯାଏ ସେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଦାୟିତ୍ୱ ତୁଲାଇଥିଲେ କିଶୋର ମହାନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+