ଦିଲ୍ଲୀରେ ମୋଦୀ ନବୀନ ଭେଟଘାଟ୍, ରାଜ୍ୟର ବିଭିନ୍ନ ପ୍ରସଙ୍ଗ ନେଇ ହେଲା ଆଲୋଚନା
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି ।
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ଆଲୋଚନା ପରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ ନବୀନ । କହିଲେ, ମହାମାରୀ ପରେ ଏହା ଥିଲା ସୌଜନ୍ୟମୂଳକ ସାକ୍ଷାତକାର । ରାଜ୍ୟର ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହୋଇଛି । ଆଲୋଚନା ବେଳେ ପ୍ରଧାନମନ୍ତ୍ରୀଙ୍କୁ ସାହାଯ୍ୟ ମାଗିଛୁ ।

ତେବେ ରାଷ୍ଟ୍ରପତି ନିର୍ବାଚନ ନେଇ କୌଣସି ଆଲୋଚନା ହୋଇନି ବୋଲି ନବୀନ ସ୍ପଷ୍ଟ କରିଛନ୍ତି । ଆଉ କିଛି ସମୟ ପରେ ଅମିତ ଶାହାଙ୍କୁ ଭେଟିବି କହିଲେ ନବୀନ ।
ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନବୀନ ଭେଟିଛନ୍ତି । କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ସମ୍ପର୍କରେ ମଧ୍ୟ ବିଭିନ୍ନ ପକ୍ଷଙ୍କ ସହ ଆଲୋଚନା କରିବେ ବୋଲି ସୂଚନା ମିଳିଛି । ଜୁନ ୧ରେ ଭୁବନେଶ୍ୱର ଫେରିବେ ନବୀନ । ପୂର୍ବରୁ ଏପ୍ରିଲ ୨୯ ତାରିଖରେ ୫ ଦିନିଆ ଗସ୍ତରେ ଯାଇଥିଲେ ନବୀନ ।












Click it and Unblock the Notifications