ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ: ଅପରାହ୍ନରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ

ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି ।

ଭୁବନେଶ୍ୱର: ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି । ମୋଦିଙ୍କ ସହ ନବୀନ ପଟ୍ଟନାୟକଙ୍କ ଭେଟଘାଟକୁ ନେଇ ଅନେକ ଚର୍ଚ୍ଚା ଆରମ୍ଭ ହୋଇଛି । ଆଗକୁ ରାଷ୍ଟ୍ରପତି ନିର୍ବାଚନ ଥିବା ବେଳେ ସଂଖ୍ୟା ଗରିଷ୍ଠତା ଦୃଷ୍ଟିରୁ ବିଜେପି ବିରୋଧୀଙ୍କଠୁ ଅଳ୍ପ ପଛରେ ରହିଯାଇଛି । ତେଣୁ ବିଜେଡି ବିଜେପିକୁ ରାଷ୍ଟ୍ରପତି ନିର୍ବାଚନରେ ସମର୍ଥନ ଦେବା ନେଇ ଆଲୋଚନା ହୋଇପାରେ ।

PM Modi

୩ ଦିନିଆ ଗସ୍ତରେ ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ । ବଳକା ଉଷୁନା ଚାଉଳ ଉଠାଇବା ସହିତ ଜିଏସଟି ବକେୟା ଆଦି ପ୍ରସଙ୍ଗରେ ଆଲୋଚନା କରିବେ । ସେହିପରି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ବଳକା ଆବାସ ଯୋଜନା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇପାରେ ।

ସେପଟେ ପୁରୀ ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ଜାରି ରହିଥିବା ବେଳେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଭେଟିବା ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି । ପରିକ୍ରମା ପ୍ରକଳ୍ପ ନେଇ ରାଜ୍ୟରେ ଅପରାଜିତା ଷଡଙ୍ଗୀ ଓ ସମ୍ବିତ ପାତ୍ରଙ୍କ ଭଳି ବିଜେପି ନେତା ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ତେଣୁ କୁହାଯାଉଛି, ରାଜ୍ୟର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ସହ ପୁରୀ ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ ଆଲୋଚନା ହୋଇପାରେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+