ରାଜ୍ୟର କୌଣସି ମ୍ୟୁଜିୟମର ଟିକେଟ ୧୦ ଟଙ୍କାରୁ ଅଧିକ ହେବ ନାହିଁ: ଛାତ୍ରଛାତ୍ରୀ, କାରିଗର ଓ ବୁଣାକାରଙ୍କ ପାଇଁ ସଂପୂର୍ଣ୍ଣ ମାଗଣା

ରାଜ୍ୟର କୌଣସି ମ୍ୟୁଜିୟମର ଟିକେଟ ୧୦ ଟଙ୍କାରୁ ଅଧିକ ହେବ ନାହିଁ । ଛାତ୍ରଛାତ୍ରୀ, କାରିଗର ଓ ବୁଣାକାରଙ୍କ ପାଇଁ ସଂପୂର୍ଣ୍ଣ ମାଗଣା କରାଯିବ । ଏପରି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Museum Ticket Price in Odisha

ଭୁବନେଶ୍ୱର: ରାଜ୍ୟର କୌଣସି ମ୍ୟୁଜିୟମର ଟିକେଟ ୧୦ ଟଙ୍କାରୁ ଅଧିକ ହେବ ନାହିଁ । ଛାତ୍ରଛାତ୍ରୀ, କାରିଗର ଓ ବୁଣାକାରଙ୍କ ପାଇଁ ସଂପୂର୍ଣ୍ଣ ମାଗଣା କରାଯିବ । ଏପରି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଓଡିଶା କଳାର ଭୂମି । ଆମର କଳା, ସଂସ୍କୃତି ସାରା ବିଶ୍ବରେ ଓଡିଶାର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି । ଆମର ଏହି ମହାନ ଐତିହ୍ୟର ସଂରକ୍ଷଣ ଏବଂ ପ୍ରଚାର ପ୍ରସାର ଦିଗରେ ସଂଗ୍ରହାଳୟ ଗୁଡିକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି । ଜନସାଧାରଣ, ବିଶେଷ କରି ଯୁବ ସମାଜ, ଛାତ୍ର ସମାଜ ତଥା ପର୍ଯ୍ୟଟକ ମାନେ ଯେପରି ଆମ କଳା ଓ ସଂସ୍କୃତି ସହିତ ଭଲ ଭାବରେ ପରିଚିତ ହୋଇପାରିବେ । ସେ ଦୃଷ୍ଟିରୁ ରାଜ୍ୟ ସରକାର ଏଭଳି ପଦକ୍ଷପ ନେଇଛନ୍ତି ।

ଏତଦ୍‌ ବ୍ୟତୀତ ଛାତ୍ରଛାତ୍ରୀ, କାରିଗର ଓ ବୁଣାକାର ମାନଙ୍କ ପାଇଁ ସଂଗ୍ରହାଳୟରେ ପ୍ରବେଶ ନିମନ୍ତେ କୌଣସି ଦେୟ ଆଦାୟ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଆମ ରାଜ୍ୟରେ ଥିବା ସଂଗ୍ରହାଳୟ ଗୁଡିକ ଯେପରି ଅଧିକ ଲୋକପ୍ରିୟ ହେବ ଏବଂ ପର୍ଯ୍ୟଟକ ମାନେ ସେଗୁଡିକ ପରିଦର୍ଶନର ସୁଯୋଗ ପାଇପାରିବେ, ସେ ଦିଗରେ ପଦକ୍ଷେପ ନେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ ଭୁବନେଶ୍ବରରେ ରାଜ୍ୟ ସଂଗ୍ରହାଳୟ ସହିତ କଳାଭୂମି, ଆଦିବାସୀ ସଂସ୍କୃତି ଓ ଗବେଷଣା ସଂଗ୍ରହାଳୟ, କଟକରେ ସାମୁଦ୍ରିକ ସଂଗ୍ରହାଳୟ ତଥା ବିଭିନ୍ନ ଜିଲ୍ଲାରେ ଅନେକ ସଂଗ୍ରହାଳୟ ରହିଛି । ଏଗୁଡିକୁ ଲୋକପ୍ରିୟ କରିବା ପାଇଁ ଏବଂ ପରିଦର୍ଶକ ମାନଙ୍କୁ ଆକୃଷ୍ଟ କରିବା ଦିଗରେ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ସହାୟକ ହେବ ବୋଲି ଆଶା କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+