ନେଉଳପୁର ସଡ଼କ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଯାଜପୁର ଜିଲ୍ଲା ଚଣ୍ଡିଖୋଲ ନେଉଳପୁରଠାରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ଖବର ଶୁଣି ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ୱର: ଯାଜପୁର ଜିଲ୍ଲା ଚଣ୍ଡିଖୋଲ ନେଉଳପୁରଠାରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ଖବର ଶୁଣି ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
ସୂଚନା ଅନୁସାରେ, ୧୬ ନମ୍ବର ଜାତୀୟ ରାଜପଥ ନେଉଳପୁରଠାରେ ଗତକାଲି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ପୂର୍ବରୁ ଦୁର୍ଘଟଣାଗସ୍ତ ହୋଇଥିବା ଟ୍ରକକୁ ଧକ୍କା ଦେଇଥିଲା ଆଉ ଏକ ଟ୍ରକ୍ । କୁହୁଡ଼ି କାରଣରୁ ରାସ୍ତା ଦେଖା ନଯିବାରୁ ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି । ଆଇଚରରେ ମୋଟ ୭ ଜଣ ଥିବାବେଳେ ଘଟଣା ସ୍ଥଳରେ ୬ଜଣଙ୍କର ମୃତ୍ୟୁ ହୋଇଥିଲା । କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି ।
ତେବେ ଦୁର୍ଘଟଣାରେ ମୋଟ୍ ୭ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ମାନେ ପଶ୍ଚିମବଙ୍ଗର ହୋଇଥିବା ସୂଚନା ମିଳିଛି । ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି । ସମସ୍ତ ମୃତଦେହ ଧର୍ମଶାଳା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ରଖା ଯାଇଥିବା ବେଳେ ଧର୍ମଶାଳା ପୋଲିସ ତଦନ୍ତ ଆରମ୍ଭ କରିଛି ।












Click it and Unblock the Notifications