Get Updates
Get notified of breaking news, exclusive insights, and must-see stories!

ପଶ୍ଚିମ ଓଡିଶାର ୯ଟି ପ୍ରକଳ୍ପ ଲୋକାର୍ପଣ ଓ ୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ପଶ୍ଚିମ ଓଡିଶା ପାଇଁ ୯ଟି ପ୍ରକଳ୍ପ ଲୋକାର୍ପିତ କରିଥିବା ବେଳେ ଆଉ ୯ଟି ପ୍ରକଳ୍ପ ପାଇଁ ଭିତ୍ତିଭୂମି ରଖିଛନ୍ତି । ଲୋକାର୍ପିତ ୯ଟି ପ୍ରକଳ୍ପ ପାଇଁ ୧୪.୬୯ କୋଟି ଟଙ୍କା ବିନିଯୋଗ ହୋଇଥିବା ବେଳେ ଭିତ୍ତି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ପଶ୍ଚିମ ଓଡିଶା ପାଇଁ ୯ଟି ପ୍ରକଳ୍ପ ଲୋକାର୍ପିତ କରିଥିବା ବେଳେ ଆଉ ୯ଟି ପ୍ରକଳ୍ପ ପାଇଁ ଭିତ୍ତିଭୂମି ରଖିଛନ୍ତି । ଲୋକାର୍ପିତ ୯ଟି ପ୍ରକଳ୍ପ ପାଇଁ ୧୪.୬୯ କୋଟି ଟଙ୍କା ବିନିଯୋଗ ହୋଇଥିବା ବେଳେ ଭିତ୍ତିପ୍ରସ୍ତର ରଖାଯାଇଥିବା ୯ଟି ପ୍ରକଳ୍ପର ମୂଲ୍ୟ ୩୩.୬୮ କୋଟି ଟଙ୍କା । ସମୁଦାୟ ପ୍ରକଳ୍ପ ପାଇଁ ୪୮.୩୭ କୋଟି ଟଙ୍କା ବିନିଯୋଗ କରାଯାଉଛି ।

CM Naveen

ଲୋକାର୍ପିତ ହୋଇଥିବା ପ୍ରକଳ୍ପ ଗୁଡିକ ମଧ୍ୟରେ ସ୍କୁଲ, କଲ୍ୟାଣ ମଣ୍ଡପ, ସ୍ପୋର୍ଟସ କମ୍ପେ୍ଲକ୍ସ ଆଦିର ବିକାଶ ସହିତ କୋମନା ଠାରେ ଏକ ମିଲେଟ୍‌ ପ୍ରକ୍ରିୟାକରଣ ପ୍ରକଳ୍ପ ରହିଛି । ସେହିପରି ଭିତ୍ତିଭୂମି ରଖାଯାଇଥିବା ପ୍ରକଳ୍ପ ମାନଙ୍କ ମଧ୍ୟରେ ଇକୋ ଟୁରିଜିମ, ଭିତ୍ତିଭୂମି, ଇକୋ ପାର୍କ, ଷ୍ଟାଡିଅମ, ହସ୍ତତନ୍ତ ମଲ୍‌ ଆଦିର ବିକାଶ କାର୍ୟ୍ୟକ୍ରମ ରହିଛି ।

ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଞ୍ଚଳିକ ବୈଷମ୍ୟ ଦୂର କରିବାର ଲକ୍ଷ୍ୟ ନେଇ ରାଜ୍ୟ ସରକାର ପଶ୍ଚିମ ଓଡିଶାର ବିକାଶ ଉପରେ ଗୁରୁତ୍ବ ଦେଇ କାମ କରୁଛନ୍ତି । ୨୦୦୦ ମସିହାରୁ ଏପର୍ୟ୍ୟନ୍ତ ପଶ୍ଚିମ ଓଡିଶା ବିକାଶ ପରିଷଦ ଜରିଆରେ ପ୍ରାୟ ୪୦ ହଜାର ପ୍ରକଳ୍ପ ସମ୍ପୂର୍ଣ୍ଣ କରାଯାଇଛି। ଗତବର୍ଷ ପରିଷଦର ବାର୍ଷିକ ପାଣ୍ଠିକୁ୧୦୦ କୋଟିରୁ ୨୦୦ କୋଟିକୁ ବୃଦ୍ଧି କରାଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଅଧିକ ପ୍ରକଳ୍ପ ହାତକୁ ନେବା ପାଇଁ ସୁଯୋଗ ସୃଷ୍ଟି କରିଛି।

ପଶ୍ଚିମ ଓଡିଶାର ବିକାଶ ପାଇଁ ଭିତ୍ତିଭୂମି ସହିତ କୃଷି, ଜଳସେଚନ ଓ ଶିଳ୍ପ ଉପରେ ଆମେ ବିଶେଷ ଜୋର ଦେଉଛୁ । ଏହା ସହିତ ପର୍ୟ୍ୟଟନ ଓ ହସ୍ତତନ୍ତ ଆଦିର ବିକାଶ ପାଇଁ ସ୍ବତନ୍ତ୍ର ଯୋଜନା କାର୍ୟ୍ୟକାରୀ ହେଉଛି। ସେହିପରି ହରିଶଙ୍କର, ନୃସିଂହନାଥ ଓ ମା ସମଲେଇ କ୍ଷେତ୍ରର ବିକାଶ ପାଇଁ ମଧ୍ୟ କାମ ଚାଲିଛି ବୋଲି ସେ କହିଥିଲେ।

ବିଜୁ ଏକ୍‌ସପ୍ରେସ୍‌ ୱେର ପଶ୍ଚିମ ଓଡିଶା କରିଡର କାମ ଶୀଘ୍ର ଶେଷ ହେବାକୁ ଯାଉଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଏହାଦ୍ବାରା ଏଠାରେ ଅର୍ଥନୈତିକ ପ୍ରକ୍ରିୟା ତ୍ବରାନ୍ବିତ ହେବ । ଆଗାମୀ ମେକ୍‌-ଇନ୍‌-ଓଡିଶା କନ୍‌କ୍ଲେଭରେ ଶିଳ୍ପ ପାଇଁ ଏକ ସ୍ପେଶାଲ ଇନିସିଏଟିଭ ପ୍ୟାକେଜ ଘୋଷଣା କରାଯିବ ବୋଲି ସେ କହିଥିଲେ। ପଶ୍ଚିମ ଓଡିଶାରେ ବିକାଶ ରଥକୁ ଆହୁରି ଆଗକୁ ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ପଶ୍ଚିମ ଓଡିଶା ବିକାଶ ପରିଷଦର ଏକ ସ୍ବତନ୍ତ୍ର ଲୋଗୋ ଓ ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ ଉନ୍ମୋଚନ କରିଥିଲେ ।ସେହିଭଳି ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ପଶ୍ଚିମ ଓଡିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଉଦ୍ୟମର ଉଚ୍ଚପ୍ରଶଂସା କରିବା ସହିତ ରାଜ୍ୟର ବିଭିନ୍ନ ବିକାଶ କାର୍ୟ୍ୟକ୍ରମ ଜରିଆରେ ଓଡିଶାକୁ ଦେଶର ଏକ ପ୍ରମୁଖ ରାଜ୍ୟରେ ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ ସଂପର୍କରେ ବର୍ଣ୍ଣନା କରିଥିଲେ । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ।

ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ପ୍ରାରମ୍ଭିକ ସୂଚନା ଦେଇ କହିଥିଲେ ଯେ ପଶ୍ଚିମ ଓଡିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ବ ଦେଇଛନ୍ତି ଓ ପରିଷଦର ମାର୍ଗଦର୍ଶନ କରିଛନ୍ତି । ପରିଷଦ ପକ୍ଷରୁ ପଶ୍ଚିମ ଓଡିଶାର ପ୍ରତ୍ୟେକ ଜିଲ୍ଲାର ବେସଲାଇନ ଇକୋନୋମିକ ଡାଟା ରଖାଯାଇଛି ଏବଂ ବିଭିନ୍ନ ଅଞ୍ଚଳର ମୌଳିକ ସୁବିଧା ଆସୁବିଧାକୁ ଦୃଷ୍ଟିରେ ରଖି ପ୍ରକଳ୍ପ ନିର୍ମାଣ କରାଯାଉଛି । ପଶ୍ଚିମ ଓଡିଶାର ପ୍ରତ୍ୟେକ ଜିଲ୍ଲାରେ ବିକାଶ ପରିଷଦର କାର୍ୟ୍ୟାଳୟ ଖୋଲାଯାଇଛି ବୋଲି ସେ କହିଥିଲେ । ପଶ୍ଚିମ ଓଡିଶା ବିକାଶ ପରିଷଦର ସିଇଓ ଅଜିତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।ଏହି କାର୍ୟ୍ୟକ୍ରମରେ ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ, ପଶ୍ଚିମ ଓଡିଶାର ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+