କଟକରେ ‘ଡ୍ରିଙ୍କ ଫ୍ରମ୍ ଟ୍ୟାପ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେସନ୍‌ସିଂ ମାଧ୍ୟମରେ କଟକ ସହର ପାଇଁ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ଲୋକାର୍ପଣ କରିଛନ୍ତି।

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେସନ୍‌ସିଂ ମାଧ୍ୟମରେ କଟକ ସହର ପାଇଁ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ଲୋକାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଥିବା ପାନୀୟ ଜଳ କାର୍ଯ୍ୟକ୍ରମ ଦ୍ବାରା କଟକ ସହରର ସବୁ ପରିବାର ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ପାଇପାରିଛନ୍ତି। ଏହାଦ୍ବାରା ସହରର ୧ ଲକ୍ଷ ୪୦ ହଜାର ପରିବାରର ୭ ଲକ୍ଷ ଲୋକ ଉପକୃତ ହୋଇଛନ୍ତି । ଏଥିପାଇଁ ୭୯୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି।

Drink From Tap

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରି କହିଛନ୍ତି ଯେ, କଟକ ସହିତ ରାଜ୍ୟର ୬୦ଟି ସହରର ସବୁ ପରିବାରକୁ ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ଦିଆଯାଇଛି। ଖୁବଶୀଘ୍ର ରାଜ୍ୟର ସମସ୍ତ ୧୧୪ଟି ସହରରେ ସବୁ ପରିବାରକୁ ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ଯୋଗାଇ ଦିଆଯିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କଟକର ଦୁଇଟି ଜୋନ୍‌ରେ Drink from Tap କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବା ସହିତ ସାରା ସହର ପାଇଁ Drink from Tap କାର୍ଯ୍ୟକ୍ରମ ପାଇଁ ଭିତ୍ତିସ୍ଥାପନ କରିଛନ୍ତି । ଏହି କାର୍ଯ୍ୟକ୍ରମ ପାଇଁ ୩୬୦ କୋଟି ଟଙ୍କା ବିନିଯୋଗ କରାଯିବ। ଡିସେମ୍ବର ୨୦୨୩ ସୁଦ୍ଧା ପୁରା ସହରକୁ Drink from Tap କାର୍ଯ୍ୟକ୍ରମ ଜରିଆରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାସହିତ ମୁଖ୍ୟମନ୍ତ୍ରୀ ୪୩୦ କୋଟି ଟଙ୍କାରେ ନିର୍ମିତ ୩ଟି Water Treatment Plantର ଉଦ୍‌ଘାଟନ ମଧ୍ୟ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+