Get Updates
Get notified of breaking news, exclusive insights, and must-see stories!

ହବିଷ୍ୟାଳିଙ୍କ ପାଇଁ ବୃନ୍ଦାବତୀ ନିବାସ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ପୁରୀରେ ହବିଷ୍ୟାଳି ମା ମାନଙ୍କର କାର୍ତ୍ତିକ ବ୍ରତ ଆରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ହବିଷ୍ୟାଳି ମା ମାନଙ୍କ ପାଇଁ ‘ବୃନ୍ଦାବତୀ ନିବାସ’ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସବୁ ହବିଷ୍ୟାଳି ମା ମାନଙ୍କୁ ସ୍ବାଗତ କରି ସମସ୍ତଙ୍କୁ

ଭୁବନେଶ୍ୱର: ପୁରୀରେ ହବିଷ୍ୟାଳି ମା ମାନଙ୍କର କାର୍ତ୍ତିକ ବ୍ରତ ଆରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ହବିଷ୍ୟାଳି ମା ମାନଙ୍କ ପାଇଁ 'ବୃନ୍ଦାବତୀ ନିବାସ' ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସବୁ ହବିଷ୍ୟାଳି ମା ମାନଙ୍କୁ ସ୍ବାଗତ କରି ସମସ୍ତଙ୍କୁ ଗୋଟିଏ ଗୋଟିଏ ଶାଲ୍‌ ଉପହାର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି । ମା ମାନେ ଶାନ୍ତି ଓ ଆନନ୍ଦରେ କାର୍ତ୍ତିକ ବ୍ରତ ପାଳନ କରିବେ ବୋଲି ଆଶା ପ୍ରକାଶ କରି ମୁଖ୍ୟମନ୍ତ୍ରୀ ସେମାନଙ୍କ ଓ ସେମାନଙ୍କ ପରିବାର ତଥା ସାରା ଓଡିଶାବାସୀଙ୍କ ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ କାମନା କରିଥିଲେ ।

CM Naveen

ଏହି ଅବସରରେ ମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ, କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶ୍ବିନୀ ପାତ୍ର ଓ ସାଂସଦ ଶ୍ରୀ ପିନାକୀ ମିଶ୍ର ପ୍ରମୁଖ ସେମାନଙ୍କର ଅଭିଭାଷଣ ରଖି କହିଥିଲେ ଯେ ମୁଖ୍ୟମନ୍ତ୍ରୀ ସବୁବେଳେ ଓଡିଶାବାସୀଙ୍କ କଲ୍ୟାଣ ପାଇଁ କାମ କରିଆସିଛନ୍ତି । ଆଜି ମା ମାନଙ୍କ ମନ କଥା ଜାଣି, ସେ ପୁରୀରେ କାର୍ତ୍ତିକ ବ୍ରତ ପାଳନ ପାଇଁ ବୃନ୍ଦାବତୀ ନିବାସ ଉଦ୍‌ଘାଟନ କରିଛନ୍ତି ।

ଏହି ଅବସରରେ ୩ ଜଣ ହବିଷ୍ୟାଳି ମା ଗଞ୍ଜାମ ର ଉର୍ମିଳା ପଟନାୟକ, ମୟୁରଭଞ୍ଜ ର ସାବିତ୍ରୀ ବିନ୍ଧାଣି ଓ ପୁରୀ ର ଡ଼ଲିମଣି ନାଇଡ଼ୁ ସେମାନଙ୍କ ଏହି ନୂଆ ସୁବିଧା ସଂପର୍କରେ ମତବ୍ୟକ୍ତ କରି କହିଲେ ଯେ ମୁଖ୍ୟମନ୍ତ୍ରୀ ଆମ ପାଇଁ ସବୁ ସୁବିଧା କରିଛନ୍ତି। ରହିବା, ଶୋଇବା, ଖାଇବା କୌଣସିରେ ଅସୁବିଧା ନାହିଁ । ଜଗନ୍ନାଥ ମହାପ୍ରଭୁ ଆମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୋଟିଏ ପରମାୟୁ ଦିଅନ୍ତୁ କହି ସେମାନେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଆଶୀର୍ବାଦ ଭିକ୍ଷା କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ପୁରୀ ବିଧାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ପରିଚାଳନା କମିଟିର ସଦସ୍ୟଗଣ ଓ ଅନ୍ୟ ବରିଷ୍ଠ ବ୍ୟକ୍ତି ମାନେ ଯୋଗ ଦେଇଥିଲେ । ପୁରୀ ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଓ ଅତିରିକ୍ତି ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+