ଭୁବନେଶ୍ୱରରେ ଖୋଲିଲା ରାଜ୍ୟର ପ୍ରଥମ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍, ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରରେ ଖୋଲିଲା ରାଜ୍ୟର ପ୍ରଥମ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍ । ଏହି ଆଦର୍ଶ ମହିଳା ଭେଣ୍ଡିଂଜୋନକୁ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର କସମୋପଲିସ ଅଞ୍ଚଳରେ ବିଏମସି ପକ୍ଷରୁ ନିର୍ମାଣ କରାଯାଇଛି ଏହି ସ୍ୱତନ୍ତ୍ର ତଥା ଆଦର୍ଶ ଭେଣ୍ଡିଂ ଜୋନ।

ଭୁବନେଶ୍ୱର ମହାନଗର ନିଗମ ଦ୍ୱାରା ନିର୍ମିତ ଏହି ଭେଣ୍ଡିଂ ଜୋନରେ ୪୨ଟି ଦୋକାନ ଘର ରହିଥିବା ବେଳେ ଏହା କେବଳ ମହିଳାମାନଙ୍କ ଦ୍ୱାରା ପରିଚାଳିତ ହେବ ବୋଲି ଜଣାପଡ଼ିଛି । ଏଥିପାଇଁ ମୋଟ ୧ କୋଟି ୭ ଲକ୍ଷ ଟଙ୍କା ବିନିଯୋଗ ହୋଇଛି ।

Vending Zone in Bhubaneswar

ଏହି ଭେଣ୍ଡିଂ ଜୋନ ପରିବେଶକୁ ଅତ୍ୟାଧୁନିକ ରୂପ ଦିଆଯାଇଛି । ସୁନ୍ଦର ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ସହ ଶୌଚାଳୟର ସୁବିଧା ମଧ୍ୟ ରହିଛି । ଆଗକୁ ବିଏମସିର ଅନ୍ୟ ଜୋନରେ ଅନୁରୂପ ମହିଳା ଭେଣ୍ଡିଂ ଜୋନ ପ୍ରତିଷ୍ଠା କରାଯାଇ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ଆତ୍ମନିର୍ଭରଶୀଳ ହେବାକୁ କରିବାକୁ ବିଏମସି ଯୋଜନା ରଖିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+