କେନ୍ଦ୍ରାପଡା ଜିଲ୍ଲାର ନୂତନ ମୁଖ୍ୟ ଚିକିତ୍ସାଳୟ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦ୍ରାପଡା ଜିଲ୍ଲାର ନୂଆ ମୁଖ୍ୟ ଚିକିତ୍ସାଳୟ କମ୍ପ୍ଲେକ୍ସର ଉଦଘାଟନ କରିଛନ୍ତି ।
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦ୍ରାପଡା ଜିଲ୍ଲାର ନୂଆ ମୁଖ୍ୟ ଚିକିତ୍ସାଳୟ କମ୍ପ୍ଲେକ୍ସର ଉଦଘାଟନ କରିଛନ୍ତି।
ଏହି ନୂତନ ଚିକିତ୍ସାଳୟ କମ୍ପ୍ଲେକ୍ସରେ ୨୦୦ଟି ଶଯ୍ୟା ଥିବାବେଳେ ଅତ୍ୟାଧୁନିକ ଓପିଡି ୟୁନିଟି, କାଜୁଆଲଟି, ଓ ଟ୍ରମା କେୟାର, 5 ଶଯ୍ୟା ବିଶିଷ୍ଟ ଟ୍ରମା ଆଇସିସୟୁ, ରେଡିଓଲୋଜି, ସିଟି ସ୍କାନ ଭଳି ସୁବିଧା, ଉନ୍ନତ ଧରଣର ଓଟି କମ୍ପପ୍ଲେକ୍ସ, ୧୫ ଶଯ୍ୟା ବିଶିଷ୍ଟ SNCU ସହିତ କଙ୍ଗାରୁ ମାତୃସେବା ସୁବିଧା, ୩୪ ଶଯ୍ୟା ବିଶିଷ୍ଟ ICU ବ୍ୟବସ୍ଥା କରାଯାଇଛି ।

ଭର୍ଚୁଆଲ ଜରିଆରେ ଜନସାଧାରଣଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଆଧୁନିକ ହସ୍ପିଟାଲ କେନ୍ଦ୍ରାପଡା ଜିଲ୍ଲାରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତର ଆଣିବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଜିଲ୍ଲାର ରୋଗୀମନଙ୍କୁ ଆଉ ଚିକିତ୍ସା ପାଇଁ ଆଉ କଟକ ବା ଭୁବନେଶ୍ବର ଯିବା ଆବଶ୍ୟକ ନାହିଁ। ନିଜ ଜିଲ୍ଲାରେ ହିଁ ସେମାନେ ଉତ୍ତମ ସ୍ବାସ୍ଥ୍ୟସେବା ପାଇପାରିବେ।
ଆମ ପାଇଁ 'ପ୍ରତି ଜୀବନ ମୂଲ୍ୟବାନ'। ଏହି ଆଦର୍ଶ ନେଇ ଆମେ କାମ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଡାକ୍ତର ଓ ପାରାମେଡିକ୍ସ ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆପଣମାନେ ନିଷ୍ଠାର ସହ ରୋଗୀର ସେବା କରନ୍ତୁ। ରୋଗୀର ମୁହଁରେ ହସ ଓ ମନରେ ବିଶ୍ବାସ ହିଁ ଆପଣମାନଙ୍କ ପାଇଁ ଏବଂ ଆମ ସମସ୍ତଙ୍କ ପାଇଁ ବଡ ପୁରସ୍କାର ହେବ ଓ ଆମ ପାଇଁ ସନ୍ତୋଷ ଆଣିପାରିବ।
ରାଜ୍ୟରେ ସ୍ବାସ୍ଥ୍ୟ ସେବା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଲକ୍ଷ ଲକ୍ଷ ଲୋକ ବିନା ପଇସାରେ ଭଲ ଚିକିତ୍ସା ପାଇପାରୁଛନ୍ତି । ଲକ୍ଷ ଲକ୍ଷ ପରିବାର ଉପକୃତ ହେଉଛନ୍ତି। ଏହାଦ୍ବାରା ଗରିବ ଲୋକଙ୍କ ଚିକିତ୍ସା ଚିନ୍ତା ଦୂର ହୋଇପାରିଛି ବୋଲି ସେ କହିଥିଲେ ।
ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ କହିଲେ ଯେ, କେନ୍ଦ୍ରାପଡା ହେଉଛି ବିଜୁ ବାବୁଙ୍କ କର୍ମ ଭୂମି । କେନ୍ଦ୍ରାପଡାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଦୃଷ୍ଟି ରହିଛି। ଆଜି କେନ୍ଦ୍ରାପଡା ଜିଲ୍ଲାରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏକ ନୂଆ ମାଇଲ ଖୁଣ୍ଟ ସ୍ଥାପିତ ହୋଇଛି ବୋଲି ସେ କହିଥିଲେ ।
ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ କହିଲେ ଯେ ଆଜି କେନ୍ଦ୍ରାପଡାବାସୀଙ୍କ ପାଇଁ ଏକ ଗର୍ବ ଓ ଗୌରବର ଦିନ । ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ସ୍ବାସ୍ଥ୍ୟସେବାର ଉନ୍ନତି ପାଇଁ ୧୦୦ କୋଟି ଟଙ୍କାରୁ ଅଧିକ ଅର୍ଥ ଦେଇଛନ୍ତି । ଜିଲ୍ଲାର ସମସ୍ତ ହେଲ୍ଥ ସେଣ୍ଟରର ଭିତ୍ତିଭୂମିର ଉନ୍ନତି ପାଇଁ ଅର୍ଥ ଯୋଗାଇ ଦେଇଛନ୍ତି। ।












Click it and Unblock the Notifications