• search
For Quick Alerts
Turn On Notification  
For Daily Alerts

ମା’ ତାରାତାରିଣୀ ପୀଠରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

|

ଗଞ୍ଜାମ: ମା' ତାରାତାରିଣୀ ପୀଠରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭବ୍ୟମନ୍ଦିରର ପ୍ରତିଷ୍ଠା ଉତ୍ସବରେ ମୁଖ୍ୟ ପୁରୋଧା ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ । ତେବେ ଆଜିର ଦିନଟିକୁ ଏକ ପବିତ୍ର ଦିନ ଭାବରେ ବର୍ଣ୍ଣନା କରି ସାରା ଓଡିଶା, ବିଶେଷକରି ଗଞ୍ଜାମବାସୀଙ୍କର ମଙ୍ଗଳ କାମନା କରି ମାଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି ।

Taratarini Temple

ମୁଖ୍ୟମନ୍ତ୍ରୀଙ୍କ ସହ ଥିଲେ 5T ସଚିବ ଭିକେ ପାଣ୍ଡିଆନ । ଦୀପ ଘର, ନୂଆ ସ୍ନାନ ମଣ୍ଡପ, ପ୍ରଶାସନିକ ଭବନ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମା' ତାରାତାରିଣୀଙ୍କୁ ଦର୍ଶନ କରିବା ପରେ ସେ ଆୟୋଜିତ ସଭାରେ ମଧ୍ୟ ଯୋଗଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କୁ ଉପଢ଼ୌକନ ଦେଇ ସ୍ୱାଗତ କଲେ ସେବାୟତ । ଏହା ସହ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ପୀଠର ପ୍ରଧାନ ସେବାୟତ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ଦେବଭୂମି। ଓଡିଶାରେ ଶକ୍ତି ପୂଜାର ପରମ୍ପରା ବହୁ ପ୍ରାଚୀନ । ଓଡିଶାର ଗାଁ ଗାଁରେ ମା'ଙ୍କର ପୂଜା ଅନାଦି କାଳରୁ ଚାଲିଆସିଛି । ମା ତାରାତାରିଣୀ ହେଉଛନ୍ତି ଗଞ୍ଜାମର ଇଷ୍ଟ ଦେବୀ । ଗଞ୍ଜାମବାସୀଙ୍କ ସୁଖଦୁଃଖରେ ଆମେ ମା'ଙ୍କ ଶରଣ ନେଇଥାଉ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ମାଙ୍କ ଆଶୀର୍ବାଦ ଓ ମା'ଙ୍କ ଇଚ୍ଛାରେ ହିଁ ତାଙ୍କ ମନ୍ଦିର ଆଜି ଏହି ଭବ୍ୟ ରୂପ ଗ୍ରହଣ କରିଛି ବୋଲି କହିଛନ୍ତି। ଏହି କାର୍ଯ୍ୟରେ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଧୁମଧାମରେ ଚାଲିଛି ମା' ତାରାତାରିଣୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ । ମହାଯଜ୍ଞର ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହେଉଛି ରତ୍ନଗିରି ପର୍ବତ । ଉତ୍ସବମୁଖର ହୋଇଛି ଗଞ୍ଜାମ ଜିଲ୍ଲା । ଅପୂର୍ବ ଶୋଭା ମଣ୍ଡନରେ ଆକର୍ଷିତ ହୋଇ ଟାଣି ହୋଇଆସୁଛନ୍ତି ହଜାର ହଜାର ଭକ୍ତ । ବିଶାଳ ଜନସମାବେଶ ହେବାର ସମ୍ଭାବନା ରହିଛି । ଏଥିପାଇଁ ହୋଇଛି ବ୍ୟାପକ ବ୍ୟବସ୍ଥା ।

ଭକ୍ତ ମାନଙ୍କ ପାଇଁ ମନ୍ଦିର ପରିସରରେ ଏକ ମନୋରମ ପରିବେଶ ସୃଷ୍ଟି କରାଯାଇଛି। ପ୍ରସାଦ ସେବନ ଗୃହ, ଦୀପ ପ୍ରଜ୍ବଳନ ସ୍ଥାନ, ବାଖ୍ୟାନ କେନ୍ଦ୍ର, ମୁଣ୍ଡନ କେନ୍ଦ୍ର, ବିଶ୍ରାମସ୍ଥଳ, ସେଣ୍ଟ୍ରାଲ ପ୍ଲାଜା ଓ ଅତ୍ୟାଧୁନିକ ଆଲୋକ ବ୍ୟବସ୍ଥା ଆଦି ନୂତନ ସୁବିଧା ସହିତ ସ୍ବଚ୍ଛ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧାର ବ୍ୟବସ୍ଥା କରାଯାଇଛି । ପାହାଚ ଶ୍ରେଣୀ, ରୋପ୍‌ ୱେ ଏବଂ ନୂତନ ସଡକ ସହିତ ଦ୍ବାରା ପୀଠକୁ ଯିବା ପାଇଁ ୩ ପ୍ରକାରର ବ୍ୟବସ୍ଥା କରାଯାଇଛି । ଏହାସହିତ ନଦୀ କୂଳ ସଡକକୁ ମଧ୍ୟ ନୂତନ ଭାବେ ନିର୍ମାଣ କରାଯାଇଛି ଏବଂ ଏଠାରୁ ଋଷିକୂଲ୍ୟା ନଦୀର ସୌନ୍ଦର୍ଯ୍ୟକୁ ଅନୁଭବ କରିବାର ସୁଯୋଗ ପର୍ଯ୍ୟଟକ ମାନଙ୍କ ପାଇଁ ଏକ ଅପୂର୍ବ ଆକର୍ଷଣ ସୃଷ୍ଟି କରିପାରିଛି। ଏ ସମସ୍ତ ବ୍ୟବସ୍ଥା ପାଇଁ ୧୧୫ କୋଟିରୁ ଅଧିକ ଟଙ୍କା ବିନିଯୋଗ କରାଯାଇଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
CM Naveen Joined at Maa Taratarini Temple Foundation Ceremony
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X