ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ୩ ଦିନ ଧରି ଚାଲିଥିବା ଯଜ୍ଞର ପୂର୍ଣ୍ଣହୂତି ଦେଇଛନ୍ତି ଗଜପତି ମହାରାଜ । ଦିନ ୧୦ଟା ୩୦ରେ ଶ୍ରୀମନ୍ଦିର ଐତିହ୍ୟ କରିଡରର ଶିଳା ସ୍ଥାପନ କରାଯାଇଛି ।
ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ୩ ଦିନ ଧରି ଚାଲିଥିବା ଯଜ୍ଞର ପୂର୍ଣ୍ଣହୂତି ଦେଇଛନ୍ତି ଗଜପତି ମହାରାଜ । ଦିନ ୧୦ଟା ୩୦ରେ ଶ୍ରୀମନ୍ଦିର ଐତିହ୍ୟ କରିଡରର ଶିଳା ସ୍ଥାପନ କରାଯାଇଛି । ଐତିହ୍ୟ କରିଡର କାମର ଶୁଭାରମ୍ଭ କରିବା ପାଇଁ ସାଢେ ୯ଟା ସୁଦ୍ଧା ପୁରୀରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମୁଖ୍ୟମନ୍ତ୍ରୀଙ୍କ ସହିତ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ରାଜ୍ୟ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ୫-ଟି ସଚିବ ଭି.କେ ପାଣ୍ଡିଆନ୍, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍ କୁମାର ଉପସ୍ଥିତ ଥିଲେ । ଏହି ଅବସରରେ ପ୍ରକ୍ପଳ ପାଇଁ ଜମି ଦେଇଥିବା ବ୍ୟକ୍ତିଙ୍କୁ ସମ୍ୱର୍ଦ୍ଧିତ କରିଥିଲେ ମୁଖ୍ୟମନ୍ତ୍ରୀ । ତେବେ ପୁଷ୍ପାଞ୍ଜଳି ଓ ଯଜ୍ଞରେ ପୂର୍ଣ୍ଣାହୁତି ପରେ ମୁଖ୍ୟମନ୍ତ୍ରୀ ପରିକ୍ରମା ମାର୍ଗ ମଡେଲ ଅନାବରଣ କରିଛନ୍ତି ।
ଏହି ପରିକ୍ରମା ଯୋଜନା ନିମନ୍ତେ ପ୍ରାୟ ୮ଶହ କୋଟି ଟଙ୍କା ଖର୍ଚ୍ଚ ହେବ । ବିଶ୍ୱାସର ସହର ପୁରୀ ହେବ ବିଶ୍ୱ ଐତିହ୍ୟ ନଗରୀ । ବିଶ୍ୱ ଦରବାରରେ ଆହୁରି ଚମକିବ ଓଡ଼ିଶାର ଚେହେରା । ଏହା ପରେ ଶ୍ରୀମନ୍ଦିର ଇତିହାସରେ ଲେଖାହେବ ନୂଆ ଅଧ୍ୟାୟ । ବାସ୍ତବ ରୂପ ନେବ ଶ୍ରୀମନ୍ଦିର ଶ୍ରୀ ବୃଦ୍ଧି ପାଇଁ ସ୍ୱତନ୍ତ୍ର ନକ୍ସା ।

ତୀର୍ଥଯାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ଆରକ୍ଷୀ ସେବା କେନ୍ଦ୍ର ରହିବ । ପାନୀୟଜଳ, ପ୍ରାଥମିକ ଚିକିତ୍ସା କେନ୍ଦ୍ର ଏବଂ ଏ.ଟି.ଏମ୍ ବ୍ୟବସ୍ଥା କରାଯିବ । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯ରୁ ଆରମ୍ଭ ହୋଇଥିଲା ଜମି ଅଧିଗ୍ରହଣ ପ୍ରକ୍ରିୟା । ପ୍ରାୟ ୯୬ ପ୍ରତିଶତ ସରିଛି ଜମି ଅଧିଗ୍ରହଣ କାମ । ସାଆନ୍ତେଙ୍କ ପାଇଁ ସ୍ୱଇଚ୍ଛାରେ ଜମି ଦେଇଥିଲେ ଶ୍ରୀକ୍ଷେତ୍ରବାସୀ ।

ଆଜିର ଶିଳାନ୍ୟାସ ପରେ ପରିକ୍ରମା ମାର୍ଗ ନିର୍ମାଣ କାମ ଆରମ୍ଭ କରିବ ଟାଟା ପ୍ରକଳ୍ପ । ୧୮ ମାସ ମଧ୍ୟରେ କାମ ସାରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ୩୩୧କୋଟି ୩୮ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି । ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ଜମି ହରାଇଥିବା ୧୩୧ଜଣଙ୍କ ବ୍ୟକ୍ତିଙ୍କ ସମେତ ୧୬ଟି ମଠର ମହନ୍ତଙ୍କୁ ସମ୍ମାନିତ କରିଛନ୍ତି ମ୍ରୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ମନ୍ଦିର ଚାରିପୁଟ ୭୫ ମିଟର ପରିଧି ଭିତରେ ଥିବା ସବୁ ନିର୍ମାଣକୁ ଭାଙ୍ଗି ଦିଆଯାଇଛି ।












Click it and Unblock the Notifications