ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ନବୀନ ଓ ଧର୍ମେନ୍ଦ୍ର
ଭୁବନେଶ୍ୱର : ପୂର୍ବତନ ବାଚସ୍ପତି, ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା, ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ସେ ଏକ୍ସ (ଟୁଇଟ) କରି କହିଛନ୍ତି ଯେ, ଏହି ବିଷୟରେ ଜାଣି ମୁଁ ଦୁଃଖିତ। ଗଞ୍ଜାମବାସୀଙ୍କ ସେବାରେ ତାଙ୍କର ଉତ୍ସର୍ଗୀକୃତ ଜୀବନ ସର୍ବଦା ସ୍ମରଣୀୟ ରହିବ । ବିଜୁ ଜନତା ଦଳକୁ ସଙ୍ଗଠିତ କରିବାରେ ତାଙ୍କର ବହୁମୂଲ୍ୟ ଯୋଗଦାନ ଆମ ସମସ୍ତଙ୍କ ପାଇଁ ପ୍ରେରଣାଦାୟୀ। ଏହା ଓଡ଼ିଶାର ରାଜନୀତି ତଥା ଦଳ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ।
ପୂର୍ବତନ ବାଚସ୍ପତି, ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା, ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଗଞ୍ଜାମବାସୀଙ୍କ ସେବାରେ ତାଙ୍କର ଉତ୍ସର୍ଗୀକୃତ ଜୀବନ ସର୍ବଦା ସ୍ମରଣୀୟ ରହିବ। ବିଜୁ ଜନତା ଦଳକୁ ସଙ୍ଗଠିତ କରିବାରେ ତାଙ୍କର ବହୁମୂଲ୍ୟ ଯୋଗଦାନ ଆମ ସମସ୍ତଙ୍କ ପାଇଁ ପ୍ରେରଣାଦାୟୀ। ଏହା…
— Naveen Patnaik (@Naveen_Odisha) September 2, 2023
ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରଧାନ କହିଛନ୍ତି ଯେ, ସେ ଜଣେ ଭଲ ବନ୍ଧୁ ଓ ସ୍ନେହୀ ସ୍ୱଭାବର ବ୍ୟକ୍ତି ଥିଲେ ।

ସେ କହିଛନ୍ତି ଯେ ଶ୍ରୀ ପାତ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସେ ଜଣେ ଭଲ ବନ୍ଧୁ ଓ ସ୍ନେହୀ ସ୍ୱଭାବର ବ୍ୟକ୍ତି ଥିଲେ । ଓଡ଼ିଶାର ରାଜନୈତିକ କ୍ଷେତ୍ରରେ ତାଙ୍କର ଯୋଗଦାନ ଚିର ସ୍ମରଣୀୟ ହୋଇ ରହିବ । ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।
ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସେ ଜଣେ ଭଲ ବନ୍ଧୁ ଓ ସ୍ନେହୀ ସ୍ୱଭାବର ବ୍ୟକ୍ତି ଥିଲେ । ଓଡ଼ିଶାର ରାଜନୈତିକ କ୍ଷେତ୍ରରେ ତାଙ୍କର ଯୋଗଦାନ ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା…
— Dharmendra Pradhan (@dpradhanbjp) September 2, 2023
ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ପରଲୋକ ହୋଇଛି । ସନ୍ଧ୍ୟା ୭ଟା ୩୧ମିନିଟରେ ତାଙ୍କର ଦେହାନ୍ତ ହୋଇଛି । ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରୁ ବିଧାୟକ ଥିଲେ ସୂର୍ଯ୍ୟନାରାୟଣ ପାତ୍ର । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା ।
ସୂର୍ଯ୍ୟ ନାରାୟଣ ପାତ୍ର ପ୍ରଥମେ ୧୯୯୦ ରୁ ୧୯୯୫ ପର୍ଯ୍ୟନ୍ତ ଜନତା ଦଳରୁ ମୋହନା ନିର୍ବାଚନ ମଣ୍ଡଳୀରୁ ବିଧାୟକ ହୋଇଥିଲେ । ଏହାପରେ ୧୯୯୫ ରୁ ୨୦୦୦ ପର୍ଯ୍ୟନ୍ତ ମଧ୍ୟ ମୋହନାରୁ ପୁଣିଥରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।
ଏହାପରେ ବିଜୁ ଜନତା ଦଳ ଗଠନ ପରେ ସୂର୍ଯ୍ୟ ନାରାୟଣ ପାତ୍ର ୨୦୦୦ ମସିହାରୁ ୨୦୦୯ ଯାଏଁ ବିଜୁ ଜନତା ଦଳରୁ ମୋହନାରେ ଦୁଇ ଥର ବିଧାୟକ ହୋଇଥିଲେ । ଏହାପରେ ୨୦୦୯ ରୁ ଦିଗପହଣ୍ଡିରୁ ବିଧାୟକ ହୋଇଆସିଛନ୍ତି ସୂର୍ଯ୍ୟ ପାତ୍ର । ସେ ଓଡ଼ିଶା ବିଧାନସଭାରେ ବାଚସ୍ପତି ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ ।
ଷୋଡ଼ଶ ବିଧାନସଭାରେ ସେ ୨୦୧୯ ଜୁନ୍ ୧ ରୁ ୨୦ ଜୁନ୍ ୪ ତାରିଖ ପର୍ଯ୍ୟନ୍ତ ବାଚସ୍ପତି ହୋଇଥିଲେ । ଗଂଜାମ ରାଜନୀତିରେ ସେ ଜଣେ ଚର୍ଚ୍ଚିତ ଚେହେରା ଥିଲେ । ସେ ରାଜସ୍ବ, ଶକ୍ତି, ଯୋଗାଣ, ପରିବେଶ, ସଂସ୍କୃତି ଓ ସୂଚନା ଲୋକସଂପର୍କ ବିଭାଗର ମନ୍ତ୍ରୀ ରହିଥିଲେ । ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ମନ୍ତ୍ରୀ ହୋଇ ନିଜର ଦକ୍ଷତା ପ୍ରତିପାଦିତ କରିଥିଲେ ।












Click it and Unblock the Notifications