କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ପାଇଁ ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳୀଙ୍କୁ ୧୦୦୦ ଟଙ୍କା ଓ ପ୍ରତ୍ୟେକ ସିଜିନାଲ ଷ୍ଟାଫ ୧୫୦୦ ଟଙ୍କା ଲେଖାଏ ଦିଆଯିବ । ସବୁ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରାଯିବ ।

ଭୁବନେଶ୍ବର: ଆପଣମାନେ ଜାଣନ୍ତି କି ଆମ ରାଜ୍ୟରେ ଆଠ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ଅଛନ୍ତି । ଏମାନେ ଗରିବ ଶ୍ରେଣୀର ଅଟନ୍ତି । ବହୁ ଜନଜାତି ମା ମାନେ ମଧ୍ଯ କେନ୍ଦୁପତ୍ର ତୋଳିବା କାମ କରନ୍ତି । କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ ମୋ ସରକାର ସବୁବେଳେ କାମ କରି ଆସୁଛି। ଓଡିଶା ହେଉଛି ଦେଶର ପ୍ରଥମ ରାଜ୍ୟ ଯେଉଁଠାରେ କେନ୍ଦୁପତ୍ର ତୋଳାଳୀ ମାନଙ୍କୁ ବୋନସ ଦିଆଯାଉଛି। ଆମର ଏହି ନୀତି ଅନ୍ୟ ରାଜ୍ୟ ମାନଙ୍କ ପାଇଁ ମଡେଲ ହୋଇଛି ।

CM Naveen

ଗତ ସପ୍ତାହ ମଧ୍ୟରେ ମୁଁ କେନ୍ଦୁପତ୍ର ତୋଳାଳୀ ମାନଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ତିନି ତିନିଥର ଆଲୋଚନା କରିଛି । ଏହି ଆଲୋଚନା ପରେ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ମୁଁ ଏହି ପ୍ୟାକେଜ ଘୋଷଣା କରୁଛି । ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳୀଙ୍କୁ ୧୦୦୦ ଟଙ୍କା ଓ ପ୍ରତ୍ୟେକ ସିଜିନାଲ ଷ୍ଟାଫ ୧୫୦୦ ଟଙ୍କା ଲେଖାଏ ଦିଆଯିବ । ସବୁ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରାଯିବ । କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ପିଲା ମାନଙ୍କୁ ବୃତ୍ତି ପ୍ରଦାନ କରାଯିବ। ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ଜିଲ୍ଲାସ୍ତରରେ ପୁରସ୍କୃତ କରାଯିବ।

ସର୍କଲ ଚେକ୍‌ରସ୍‌ ଓ ବାଇଣ୍ଡିଂ ଚେକର୍‌ସ ମାନଙ୍କ ଗ୍ରାଚୁଇଟି ଦେୟ ସାତ ଦିନରୁ ବୃଦ୍ଧି କରିକୁ ୧୫ ଦିନ କରାଯିବ । ସମସ୍ତ ତୋଳାଳୀ ମାନଙ୍କୁ ତୋଳାଳୀ ପରିଚୟ ପତ୍ର ପ୍ରଦାନ କରାଯିବ । କେନ୍ଦୁପତ୍ର ବ୍ୟବସାୟ ଉପରେ କେନ୍ଦ୍ର ସରକାର 18% ଜିଏସଟି ରଖିଛନ୍ତି । ତେଣୁ କେନ୍ଦୁପତ୍ର ଉପରୁ GST ଉଠାଇ ଦେବା ପାଇଁ କେନ୍ଦ୍ର ସରକାରଙ୍କୁ ମୁଁ ବାରମ୍ଵାର ଅନୁରୋଧ କରିଛି । ଗରିବ ଲୋକଙ୍କ ହିତ ଦୃଷ୍ଟିରୁ ଜିଏସଟି ସମ୍ପୂର୍ଣ୍ଣ ଉଚ୍ଛେଦ କରିବାକୁ ମୁଁ ପୁଣିଥରେ କେନ୍ଦ୍ର ସରକାରଙ୍କ ନିକଟରେ ଦାବୀ କରୁଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+