ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ବଢ଼ିଲା କଳାକାର ସହାୟତା ରାଶି, ଉପକୃତ ହେବେ ୮୦ ହଜାର କଳାକାର

କଳାକାର ମାନଙ୍କ ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି "ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା"ରେ କଳାକାର ମାନଙ୍କ ସହାୟତା ରାଶି ବୃଦ୍ଧି ଘୋଷଣା କରିଛନ୍ତି । ଏହି ନୂଆ ଘୋଷଣା ଅନୁଯାୟୀ, ଏହି ଯୋଜନାର ହିତାଧିକାରୀ ମାନେ ଏବେ ମାସକୁ ୧୨୦୦ ପରିବର୍ତ୍ତେ ୨୦୦୦ ଟଙ୍କା ସହାୟତା ପାଇବେ। ୮୦ ବର୍ଷରୁ ଉର୍ଦ୍ଧ କଳାକାର ମାସକୁ ୨୫୦୦ ଟଙ୍କା ସହାୟତା ପାଇବେ।ଏହାଦ୍ବାରା ରାଜ୍ୟର ୮୦ ହଜାର କଳାକାର ଉପକାର ପାଇବେ।।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ କଳାକାରମାନେ ସହାୟତା ରାଶି ବୃଦ୍ଧି ନିମିତ୍ତ ଅନୁରୋଧ କରିଥିଲେ ଏବଂ ସେମାନଙ୍କର ସଂଗଠନ ମାନେ ଦାବି ଉପସ୍ଥାପନ କରିଥିଲେ । ଏହା ବ୍ଯତୀତ ଲୋକସେବା ଭବନର କନଭେନସନ କେନ୍ଦ୍ରରେ 5T ଅଧ୍ୟକ୍ଷଙ୍କ ସହିତ ଯୋଗାଯୋଗ ସମୟରେ କଳାକାରମାନେ ସହାୟତା ରାଶି ବୃଦ୍ଧି ନିମିତ୍ତ ଅନୁରୋଧ ମଧ୍ୟ କରିଥିଲେ ।

cm naveen patnaik

ପୂର୍ବରୁ ଏହି ଯୋଜନାର ୫୦,୦୦୦ କଳାକାର ମାନଙ୍କୁ ମାସିକ ଟ୧୨୦୦/-ଙ୍କା(ବାରଶହ) ଆଧାରରେ ସହାୟତା ରାଶି ପ୍ରଦାନ କରାଯାଉଥିଲା । ମାତ୍ର ବର୍ତ୍ତମାନ ଏହି ଯୋଜନାର ଧାର୍ଯ୍ୟ ଲକ୍ଷ୍ୟ ୮୦,୦୦୦ କୁ ବୃଦ୍ଧି କରାଯାଇଅଛି ଯାହାଦ୍ୱାରା ଆହୁରି ରାଜ୍ୟର ୩୦,୦୦୦ କଳାକାର ଏଥିରେ ଉପକୃତ ହୋଇପାରିବେ ।ଏହି କ୍ରମରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ନିୟମାବଳୀର ନିୟମ ୪, ଉପ ନିୟମ (ii)ରେ ଉଲ୍ଲେଖଥିବା କଳାକାରମାନଙ୍କର ବାର୍ଷିକ ଆୟର ସୀମାକୁ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ନିର୍ବିଶେଷରେ ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଅଛି ।ଅଶି ବର୍ଷ ପର୍ଯ୍ୟନ୍ତ କଳାକାରମାନଙ୍କର କଳାକାର ସହାୟତା ରାଶି ଟ୧୨୦୦/-ଙ୍କା (ବାରଶହ ଟଙ୍କା)ରୁ ଟ୨୦୦୦/-ଙ୍କା (ଦୁଇ ହଜାର ଟଙ୍କା)କୁ ଓ ଅଶି ବର୍ଷରୁ ଊର୍ଦ୍ଧ୍ଵ କଳାକାରମାନଙ୍କର କଳାକାର ସହାୟତା ରାଶି ଟ୧୨୦୦/-ଙ୍କା (ବାରଶହ ଟଙ୍କା)ରୁ ଟ୨୫୦୦/-ଙ୍କା (ଦୁଇ ହଜାର ପାଞ୍ଚଶହ ଟଙ୍କା)କୁ ବୃଦ୍ଧି କରାଯାଇଅଛି ।

ଉକ୍ତ ବର୍ଦ୍ଧିତ ସହାୟତା ରାଶି ଚଳିତ ଫେବୃଆରୀ ମାସରୁ ଲାଗୁ କରାଯିବ ଏବଂ DBT ମାଧ୍ୟମରେ ଫେବୃଆରୀ ମାସ ୨୦ତାରିଖରୁ ୨୫ତାରିଖ ମଧ୍ୟରେ ପ୍ରଦାନ କରାଯିବ । ଏହି ଯୋଜନାରେ ସହାୟତା ରାଶି ବୃଦ୍ଧି ଯୋଗୁଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଅନେକ କଳାକାରମାନେ ଉପକୃତ ହେବେ । ଏହା ଦ୍ଵାରା ଆମର କଳାର ସଂରକ୍ଷଣ, ବିକାଶ, ପ୍ରଚାର ଓ ପ୍ରସାର ହେବା ସହିତ ଓଡ଼ିଶାର କଳା ଓ ସଂସ୍କୃତିକୁ ଏହା ଋଦ୍ଧିମନ୍ତ କରିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+