ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସରପଞ୍ଚ ପାଇବେ ୧୦ ହଜାର, ଜିଲ୍ଲା ପରିଷଦ ସଭାପତି ପାଇବେ ୩୦ ହଜାର

ଭୁବନେଶ୍ବର: ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି । ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ପଞ୍ଚାୟତିରାଜ ପ୍ରତିନିଧିମାନେ ତାଙ୍କୁ ଭେଟି ଏହି ପାରିତୋଷିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ ।

ନିଷ୍ପତ୍ତି ଅନୁଯାୟୀ ଜିଲ୍ଲା ପରିଷଦ ସଭାପତିମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ। ସେମାନଙ୍କ ଦୈନିକ ଭତ୍ତା DA+Sitting fee ମଧ୍ୟ 300 ଟଙ୍କାରୁ 600 ଟଙ୍କାକୁ ବୃଦ୍ଧି କରାଯାଇଛି। ଜିଲ୍ଲା ପରିଷଦ ଉପ-ସଭାପତି ମାନଙ୍କ ପାରିତୋଷିକ ୭,୦୪୦ ଟଙ୍କାରୁ ୨୦,୦୦୦ ଟଙ୍କା କୁ ବୃଦ୍ଧି କରାଯାଇଛି ଏବଂ ସେମାନଙ୍କ ଭତ୍ତା DA+SF ମଧ୍ୟ 300ଟଙ୍କାରୁ 600 ଟଙ୍କାକୁ ବୃଦ୍ଧି କରାଯାଇଛି। ଜିଲ୍ଲା ପରିଷଦ ସଦସ୍ୟମାନେ ପୂର୍ବରୁ ୩,୫୩୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ ଏବଂ ସେମାନଙ୍କ ଦୈନିକ ଭତ୍ତା DA+SFମଧ୍ୟ 300ଟଙ୍କାରୁ 600 ଟଙ୍କାକୁ ବୃଦ୍ଧି କରାଯାଇଛି।

naveen patnaik

ସେହିଭଳି ପଞ୍ଚାୟତ ସମିତି ଅଧ୍ୟକ୍ଷମାନେ ୩,୫୩୦ ଟଙ୍କା ପାଉଥିଲେ । ଏବେ ୧୫,୦୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ଉପାଧ୍ୟକ୍ଷମାନେ ପୂର୍ବରୁ ପାରିତୋଷିକ ୨,୩୫୦ ଟଙ୍କା ପାଉଥିଲେ । ଏବେ ୭,୫୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ସଦସ୍ୟମାନେ ପୂର୍ବରୁ ୨,୩୫୦ ଟଙ୍କା ପାଉଥିଲେ । ଏବେ ୭,୫୦୦ ଟଙ୍କା ପାଇବେ। ସେହିଭଳି ସରପଞ୍ଚମାନେ ପୂର୍ବରୁ ୨,୩୫୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା ପାଇବେ। ନାଏବ ସରପଞ୍ଚମାନେ ପୂର୍ବରୁ ୯୪୦ ଟଙ୍କା ପାଉଥିବା ବେଳେ ଏବେ ୪,୦୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ଅଧ୍ୟକ୍ଷ ,ଉପାଧକ୍ଷ ,ପଞ୍ଚାୟତ ସମିତି ସଭ୍ୟ , ସରପଞ୍ଚ ନାଏବ ସରପଞ୍ଚ ଏବଂ ୱାର୍ଡମେମ୍ବରମାନଙ୍କର ଦୈନିକ ଭତ୍ତା DA+SF 240 ଟଙ୍କାରୁ 480 ଟଙ୍କାକୁ ବୃଦ୍ଧି କରାଯାଇଛି।

ସୂଚନାଯୋଗ୍ୟ ଯେ ପୂର୍ବରୁ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବାବଦରେ ୭୯.୮୮ କୋଟି ଟଙ୍କା ଖର୍ଚ୍ଚ ହୋଉଥିଲା। ବର୍ଦ୍ଧିତ ରାଶି ଅନୁଯାୟୀ ଏବେ ୨୪୨.୫୬ କୋଟି ଟଙ୍କା ଖର୍ଚ୍ଚ ହେବ। ରାଜ୍ୟ ସରକାର ଏଥିପାଇଁ ୧୬୨.୬୮ କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ ବହନ କରିବେ।

ଏହା ବ୍ୟତିତ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପଦବୀରେ ଥିବା ସମୟରେ ବିୟୋଗ ଘଟିଲେ ଅନୁକମ୍ପମୂଳକ ସହାୟତା ରାଶି ବାବଦରେ ୨ ଲକ୍ଷ ଟଙ୍କା ମିଳିବ । ଏହା ସହିତ ଦୂର୍ଘଟଣାଜନିତ ପୂର୍ଣ୍ଣ ଅକ୍ଷମତା କ୍ଷେତ୍ରରେ (Irrecoverable Loss of both eyes, hands and feet) ୨ ଲକ୍ଷ ଟଙ୍କା ସହାୟତା ଦିଆଯିବ। ସେହିପରି ଆଂଶିକ ଅକ୍ଷମତା କ୍ଷେତ୍ରରେ (Irrecoverable Loss of one eye, one hand or one leg) ୧ ଲକ୍ଷ ଟଙ୍କା ସହାୟତା ଦିଆଯିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+