ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଅଙ୍ଗଦାତାଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ

ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ପାଇଁ ସ୍ୱତନ୍ତ୍ର ସମ୍ମାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଙ୍ଗଦାନ କରି ଅନ୍ୟମାନଙ୍କ ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହା ଦ୍ୱାର ଅଙ୍ଗଦାନ କ୍ଷେତ୍ରରେ ବ୍ୟାପକ ସଚେତନତା ଆଣିବା ସହ ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଇବା ପାଇଁ ଏହା ସମାଜକୁ ପ୍ରେରଣା ଦେବ ବୋଲି ଆଶା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଅଙ୍ଗଦାନ ଏକ ମହତ ଦାନ । ମସ୍ତିଷ୍କ ମୃତ୍ୟୁ ଘଟୁଥିବା ଲୋକଙ୍କ କ୍ଷେତ୍ରରେ ସେମାନଙ୍କ ଆତ୍ମୀୟମାନେ ସାହସିତ ନିଷ୍ପତ୍ତି ନେଅ ଅଙ୍ଗଦାନ ପାଇଁ ସ୍ୱୀକୃତି ପ୍ରଦାନ କରି ଅନ୍ୟମାନଙ୍କ ଜୀବନ ରକ୍ଷାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି । ରାଜ୍ୟ ସରକାର ଏହି ଅଙ୍ଗ ପ୍ରତ୍ୟାରୋପଣ ପ୍ରକ୍ରିୟାକୁ ଅଧିକ ସୁଗମ କରିବା ପାଇଁ ୨୦୧୯ ମସିହାରେ ଷ୍ଟେଟ ଓରଗାନ୍ ଏଣ୍ଡ ଟିସ୍ୟୁ ଟ୍ରାନ୍ସପ୍ଲାଣ୍ଟ ଓର୍ଗାନାଇଜେସନ୍ ପ୍ରତିଷ୍ଠା କରିଛନ୍ତି । ତେବେ ଅଙ୍ଗଦାନକୁ ଉତ୍ସାହିତ କରିବା ପାଇଁ ଓଡ଼ିଶା ସରକାର ୨୦୨୦ ସମିହାରୁ ସୁରଜ ପୁରସ୍କାର ଆରମ୍ଭ କରିଛନ୍ତି ।

Naveen pattnaik

ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ଯେ, ଗଞ୍ଜାମ ଜିଲ୍ଲା ଭଞ୍ଜନଗରର ସୁରଜଙ୍କ ନାଁରେ ଏହି ପୁରସ୍କାର ପ୍ରଦାନ କରାଯାଉଛି । ସଡ଼କ ଦୁର୍ଘଟଣାରେ ସୁରଜଙ୍କର ମସ୍ତିଷ୍କ ମୃତ୍ୟୁ ହେବା ପରେ ତାଙ୍କ ପରିବାର ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗଗୁଡିକୁ ଡୋନେଟ୍ କରିବାର ନିଷ୍ପତ୍ତି ନେଇଥିଲେ । ଯାହା ଦ୍ୱାରା ୬ ଜଣ ଲୋକଙ୍କ ଜୀବନ ବଞ୍ଚାଇବାରେ ସହାୟକ ହୋଇଥିଲା । ସେହିପରି ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ସହାୟତା ମଧ୍ୟ ପ୍ରଦାନ କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+