ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନ ଓ ବଡବିଲ ଟ୍ରାଫିକ ପୋଲିସ ଷ୍ଟେସନକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ, ୪୭ ନୂଆ ପଦବୀ ସୃଷ୍ଟି
ଭୁବନେଶ୍ବର: ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟ ହେଲା ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ୍ ପୋଲିସ ଷ୍ଟେସନ । ସେହିଭଳି କେନ୍ଦୁଝର ଓ ବଡବିଲରେ ହେବ ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ । ଏହି ସମ୍ପର୍କୀୟ ୨ଟି ପ୍ରସ୍ତାବରେ ମୋହର ମାରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ । ଆଉ ଏବେ ଖୋର୍ଦ୍ଧାରେ ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ୱାରା ୨୩ଟି ଅତିରିକ୍ତ ପଦବୀ ସୃଷ୍ଟି ହୋଇଛି । ୨୩ଟି ନୂତନ ପଦବୀ ମଧ୍ୟରେ ଗୋଟିଏ ଇନ୍ସପେକ୍ଟର, ୬ଟି ସବ୍ ଇନିସପେକ୍ଟର, ୩ଟି ଆସିଷ୍ଟାଣ୍ଟ ସବ୍ ଇନିସପେକ୍ଟର , ୨ଟି ହାବିଲଦାର ଏବଂ ୧୧ଟି କନେଷ୍ଟବଳ ପଦବୀ ରହିଛି ।

ସେହିପରି ରାଜ୍ୟ ସରକାର କେନ୍ଦୁଝର ଓ ବଡବିଲ ସହରରେ ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ମଧ୍ୟ ସୃଷ୍ଟି କରିଛନ୍ତି ଏବଂ ଏଥିପାଇଁ ୨୪ଟି ନୂତନ ପଦବୀ ମଂଜୁର କରାଯାଇଛି । ଏ ସଂପର୍କୀୟ ପ୍ରସ୍ତାବ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି। ଏହାଦ୍ଵାରା ଏହି ଦୁଇଟି ସହରରେ ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଲକ୍ଷ୍ୟ ରଖାଯାଇଛି ।
ଏହି ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ପାଇଁ ସୃଷ୍ଟି ହୋଇଥିବା ୨୪ଟି ପଦବୀ ମଧ୍ୟରେ ୨ଟି ଇନ୍ସପେକ୍ଟର, ୬ଟି ଆସିଷ୍ଟାଣ୍ଟ ସବଇନସପେକ୍ଟର ଓ ୧୬ଟି କନେଷ୍ଟବଳ ପଦବୀ ରହିଛି ।
-
ସୁନାମିରେ ଛାରଖାର୍ ହୋଇଯିବ ଜାପାନ, ଭୟରେ ଥରିଲେଣି ଲୋକେ -
IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରା ଦାୟିତ୍ୱ -
କ୍ଷେପଣାସ୍ତ୍ର ମାଡ଼ରେ ଗୋଡ଼ ହରାଇଲେ ଇରାନର ନୂଆ ସୁପ୍ରିମ ଲିଡର୍ -
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ପୁଣି ଖସିଲା ସୁନା-ରୂପା ରେଟ୍ -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର












Click it and Unblock the Notifications