ଅରିନ୍ଦମଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

ଘରୋଇ ଟିଭି ଚ୍ୟାନେଲ ଓଟିଭିର ସାମ୍ୱାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ୱର: ଘରୋଇ ଟିଭି ଚ୍ୟାନେଲ ଓଟିଭିର ସାମ୍ୱାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାର ସାମ୍ୱାଦିକତା ଜଗତ ପାଇଁ ଏହା ଏକ ଅପୂରଣୀୟ କ୍ଷତି ବୋଲି ଟ୍ୱିଟ୍ ଯୋଗେ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Arindam Das

ଉଲ୍ଲେଖଯୋଗ୍ୟ ଯେ, କଟକ ମୁଣ୍ଡଳିରେ ହୋଇଥିବା ବୋଟ୍ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଛି। ମୁଣ୍ଡଳି ବ୍ୟାରେଜ୍ ନିକଟରେ ଫସି ରହିଥିବା ଦନ୍ତା ହାତୀକୁ ଉଦ୍ଧାର କରିବାକୁ ଯାଇଥିବା ଓଡ୍ରାଫ ଟିମର ବୋଟରେ ଥିଲେ ଅରିନ୍ଦମ । ମାତ୍ର ଓଡ୍ରାଫ ଟିମର ବୋଟ ପାଣିରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଫଳରେ ଉଦ୍ଧାରକାରୀ ଦଳ ସହ ଯାଇଥିବା କ୍ୟାମେରା ପର୍ସନଙ୍କ ସହ ରିପୋର୍ଟର ଅରିନ୍ଦମ ଦାସ ମଧ୍ୟ ପାଣି ସୁଅରେ ପଡିଯାଇଥିଲେ । ପ୍ରଥମେ କ୍ୟାମରୋପର୍ସନଙ୍କୁ ଉଦ୍ଧାର କରାଯାଇଥିବାବେଳେ ଅରନ୍ଦମଙ୍କୁ ଉଦ୍ଧାର କରାଯାଇଥିଲା ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‌ କରି ଲେଖିଛନ୍ତି, "କାର୍ଯ୍ୟରତ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ଏହା ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି।"

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍‌ କରି ଲେଖିଛନ୍ତି, ଓଟିଭିର ଯୁବ ସାମ୍ବାଦିକ ତଥା ମୋର ବନ୍ଧୁ ଅରିନ୍ଦମ ଦାସଙ୍କ ଏକ ଅଭାବନୀୟ ଘଟଣାରେ ଅକାଳ ବିୟୋଗ ଖବର ଶୁଣି ମୁଁ ବ୍ୟକ୍ତିଗତ ଭାବେ ଦୁଃଖିତ ଓ ମର୍ମାହତ। ସାମାଜିକ ଓ ରାଜନୈତିକ କାର୍ଯ୍ୟକ୍ରମରେ ଅରିନ୍ଦମଙ୍କ ସହ ବହୁ ଥର ଦେଖା ସାକ୍ଷାତ ହୋଇଛି। ବିଭିନ୍ନ ସମୟରେ ଦୁଃସାହାସିକ ରିପୋର୍ଟିଂ କରି ସେ ଓଡ଼ିଆ ଗଣମାଧ୍ୟମରେ ନିଜର ସ୍ୱତନ୍ତ୍ର ପରିଚୟ ତିଆରି କରିଥିଲେ। ତାଙ୍କର ଅକାଳ ବିୟୋଗ ଓଡ଼ିଶା ଗଣମାଧ୍ୟମ ଜଗତରେ ଅପୂରଣୀୟ ଶୂନ୍ୟସ୍ଥାନ ତିଆରି କରିଛି। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ ବୋଲି ଶ୍ରୀ ପ୍ରଧାନ ଲେଖିଛନ୍ତି।

ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଟ୍ୱିଟ୍ କରି ଲେଖିଛନ୍ତି, ଅପରେସନ ଗଜରାଜ ସମୟରେ ଓଡ଼୍ରାଫ ବୋଟ ଦୁର୍ଘଟଣାରେ ନିଜର ଜୀବନ ଉତ୍ସର୍ଗ କରିଥିବା ଗଣମାଧ୍ୟମ ପ୍ରତିନିଧି ତଥା ବରିଷ୍ଠ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ ଖବର ଶୁଣି ଦୁଃଖିତ। ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ଅମର ଆତ୍ମାର ସଦ୍ଗତି ନିମନ୍ତେ ପ୍ରାର୍ଥନା କରୁଅଛି। ପରିବାରଙ୍କୁ ଭଗବାନ ଧୈର୍ଯ୍ୟ ଦିଅନ୍ତୁ।

ସେହିପରି ବିଜେଡି ବିଧାୟକ ପ୍ରଣବ ପ୍ରକାଶ ଦାସ ମଧ୍ୟ ଟ୍ୱିଟ୍ କରି ଦୁଃଖ ପ୍ରକାଶ କରିବା ସହିତ ସାମ୍ବାଦିକତା ଜଗତରେ ସେ ସର୍ବଦା ଏକ ପ୍ରେରଣା ହୋଇ ରହିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+