Get Updates
Get notified of breaking news, exclusive insights, and must-see stories!

ଲୋକଙ୍କ କଲ୍ୟାଣ ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ: ମୁଖ୍ୟମନ୍ତ୍ରୀ

ଲୋକଙ୍କ କଲ୍ୟାଣ ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ କହିଛନ୍ତି 'ପଦ୍ମପୁର ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ବିଜୟ ରଞ୍ଜନ ସିଂହ ବରିହାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି ଭାବେ ସେ କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି' ।

Vijay Ranjan Singh

ସେହିପରି ରାଜ୍ୟର ଅନେକ ରାଜନେତା ମଧ୍ୟ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଆଜି ଅନେକ ରାଜନେତା ବିଧାନସଭାରେ ତାଙ୍କ ପାର୍ଥିବ ଶରୀରକୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ପରେ ତାଙ୍କ ମର ଶରୀରକୁ ବିଜେଡି କାର୍ଯ୍ୟାଳୟକୁ ନିଆଯାଇଥିଲା ।

ସୂଚନାଥାଉ ଯେ, ଗତ କିଛି ଦିନ ହେବ ବିଜୟ ରଂଜନ ସିଂ ବରିହା ଅସୁସ୍ଥ ଥିବା କାରଣରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଗତକାଲି ରାତି ପ୍ରାୟ ୧ଟା ସମୟରେ ତାଙ୍କର ଦେହାନ୍ତ ହୋଇଥିଲା । ୬୫ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ବରଗଡ଼ ଜିଲ୍ଲା ବିଜେଡି ସଭାପତି ଭାବେ ସେ କାର୍ଯ୍ୟ କରୁଥିଲେ । ପ୍ରଥମ ଥର ୧୯୯୦ରେ ଜନତା ଦଳରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ପଦ୍ମପୁରରୁ ସେ ୫ ଥର ନିର୍ବାଚିତ ହୋଇଥିଲେ । ୧୯୯୦ ରୁ ୨୦୦୦ ଯାଏ ସେ ଜନତା ଦଳର ବିଧାୟକ ଭାବେ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ୨୦୦୪ ରୁ ୨୦୦୯ ପର୍ଯ୍ୟନ୍ତ ବିଜେଡି ଟିକେଟରୁ ପଦ୍ମପୁର ଆସନରୁ ବିଧାୟକ ଭାବେ ବିଜୟ ଲାଭ କରିଥିଲେ । ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ସେ ନିର୍ବାଚନ ଜିତିଥିଲେ । ବିଜେଡି ସରକାରରେ ସେ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ । ଛାତ୍ର ଜୀବନରୁ ରାଜନୀତି ଆରମ୍ଭ କରିଥିଲେ ବିଜୟ ରଞ୍ଜନ ସିଂ ବରିହା । ତାଙ୍କ ବିୟୋଗରେ ସମଗ୍ର ରାଜ୍ୟରେ ଶୋକ ଛାୟା ଖେଳିଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+