Get Updates
Get notified of breaking news, exclusive insights, and must-see stories!

ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ରାଷ୍ଟ୍ରପତି ନିର୍ବାଚନରେ ବିଜୟ ଲାଭ କଲା ପରେ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ବିଟ କରି ଶୁଭେଚ୍ଛା ଜଣାଇଲେ ନବୀନ ।

ଭୁବନେଶ୍ୱର: ରାଷ୍ଟ୍ରପତି ନିର୍ବାଚନରେ ବିଜୟ ଲାଭ କଲା ପରେ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ବିଟ କରି ଶୁଭେଚ୍ଛା ଜଣାଇଲେ ନବୀନ ।

Draupadi Murmu

ମୁଖ୍ୟମନ୍ତ୍ରୀ ଟ୍ବିଟ୍ କରି ଲେଖିଛନ୍ତି ଯେ, ଭାରତର 15ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବାରୁ ଓଡିଶା ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ମୋର ଶୁଭେଚ୍ଛା । ପ୍ରକୃତରେ ଏହା ଓଡିଶା ଓ ପ୍ରତି ଓଡିଶାବାସୀଙ୍କ ପାଇଁ ଅତ୍ୟନ୍ତ ଗର୍ବର ବିଷୟ ଯେ, ସେ ଦେଶର ସର୍ବୋଚ୍ଚ ପଦବୀ ପାଇଁ ନିର୍ବାଚିତ ହୋଇଛନ୍ତି । ଜଣେ ସାଧରଣ ନାଗରିକରୁ ଦେଶର ପ୍ରଥମ ନାଗରିକ ହେବା ଯାଏଁ ତାଙ୍କର ଯାତ୍ରା ପ୍ରକୃତରେ ପ୍ରେରଣାଦାୟକ । ଏହି ଯାତ୍ରା ମହିଳା ସଶକ୍ତିକରଣର ଏକ ଉଜ୍ଜ୍ୱଳ ଉଦାହରଣ । ତେବେ ଆଗକୁ ଏକ ପୂର୍ଣ୍ଣ କାର୍ଯ୍ୟକାଳ ପାଇଁ ତାଙ୍କୁ ବହୁତ ଶୁଭେଚ୍ଛା ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି ।

ସୂଚନାଥାଉ କି, ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଏନଡିଏ ପକ୍ଷରୁ ପ୍ରାର୍ଥୀ ହୋଇଥିବା ଓଡିଆ ଝିଅ ଦ୍ରୌପଦୀ ମୁର୍ମୁ । ତାଙ୍କ ବିପକ୍ଷରେ ବିରୋଧୀଙ୍କ ପକ୍ଷରୁ ଯଶୱନ୍ତ ସିହ୍ନା ନିର୍ବାଚନ ଲଢୁଥିଲେ । ୫ ଲକ୍ଷ ୭୭ ହଜାର ୭୭୭ ଭୋଟ ପାଇ ତୃତୀୟ ରାଉଣ୍ଡରେ ହିଁ ବିଜୟକୁ ନିଜ ନାମରେ କରିଛନ୍ତି ଦ୍ରୌପଦୀ । ଅନ୍ୟପକ୍ଷରେ ତୃତୀୟ ରାଉଣ୍ଡ ସୁଦ୍ଧା ଯଶୱନ୍ତ ମୋଟ ୨ ଲକ୍ଷ ୬୧ ହଜାର ୬୨ ଖଣ୍ଡ ଭୋଟ ମିଳିଛି । ତେବେ ଚତୁର୍ଥ ରାଉଣ୍ଡ ଗଣତି ପରେ ଦ୍ରୌପଦୀ କେତେ ଭୋଟ ପାଇ ବିଜୟ ହାସଲ କରୁଛନ୍ତି ଜଣାପଡିବ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+