ଐତିହାସିକ ଡାକୋଟା ବିମାନକୁ ଜାତି ଉଦ୍ଦେଶ୍ୟରେ ସମର୍ପଣ କଲେ ମୁଖ୍ୟମନ୍ତ୍ରୀ

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ। ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜାତି ଉଦ୍ଦେଶ୍ୟରେ ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନକୁ ସମର୍ପଣ କରିଛନ୍ତି ।

Cm Naveen Patnaik

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ। ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜାତି ଉଦ୍ଦେଶ୍ୟରେ ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନକୁ ସମର୍ପଣ କରିଛନ୍ତି । Dakota DC-3 (VT-AUI) । ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ଏହି ବିମାନକୁ ଆଜି ସର୍ବସାଧାରଣଙ୍କ ପାଇଁ, ଓଡ଼ିଆ ମାନଙ୍କ ପାଇଁ ଓ ସାରା ଦେଶ ବାସୀଙ୍କ ପାଇଁ ସମର୍ପିତ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଏହି ବିମାନ କଲିକତା ବିମାନବନ୍ଦରରେ ବର୍ଷ ବର୍ଷ ଧରି ପରିତ୍ୟକ୍ତ ଅବସ୍ଥାରେ ଥିଲା । ରାଜ୍ୟ ସରକାରଙ୍କ ଉଦ୍ୟମରେ ଏହାକୁ ଭୁବନେଶ୍ବର ବିମାନ ବନ୍ଦରକୁ ଅଣାଯାଇ ମରାମତି କରାଯାଇ ସମ୍ପୂର୍ଣ୍ଣ ନୂଆ ରୂପରେ ପ୍ରଦର୍ଶନ କରାଯାଇଛି ।

ଏହି ବିମାନରେ ରହିଛି ବିଜୁ ବାବୁଙ୍କର, ଜଣେ ଅଦମ୍ୟ ସାହସୀ ଓଡ଼ିଆ ଯୁବକଙ୍କର ବିରତ୍ଵ ଓ ପରାକାଷ୍ଠା ର କାହାଣୀ । ଏହି ବିମାନରେ ବିଜୁ ବାବୁ, ତାଙ୍କ ପତ୍ନୀ ଜ୍ଞାନ ପଟ୍ଟନାୟକଙ୍କ ସହିତ Indonesia ଯାଇ ସେଠାକାର ସ୍ଵାଧନତା ସଂଗ୍ରାମୀ ମାନଙ୍କୁ ଡଚ୍ ମାନଙ୍କ କବଳରୁ ମୁକ୍ତ କରି ଭାରତ ଆଣିଥିଲେ। ସେ କାହାଣୀ ଆଜି ସମସ୍ତେ ଜାଣନ୍ତି । କିନ୍ତୁ ଆଜିଠାରୁ ସେହି ଐତିହାସିକ ଘଟଣାର ଜୀବନ୍ତ ସାକ୍ଷୀକୁ ଦେଖିବାର ସୁଯୋଗ ପାଇବେ ଓଡ଼ିଶା ବାସୀ, ଦେଶ ବାସୀ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ବିମାନ ଏବେ ଯୁଗ ଯୁଗ ଧରି ଓଡ଼ିଆ ମାନଙ୍କୁ ସାହସ, ବିରତ୍ୱ ଓ ଦେଶ ପାଇଁ ସମର୍ପଣ ଭାବର ବାର୍ତ୍ତା ଦେଇ ଚାଲିବ । ବିଶ୍ଵବାସୀଙ୍କ ସମ୍ମୁଖରେ ଓଡ଼ିଶାର ମର୍ଯ୍ୟାଦାକୁ ପ୍ରତିଷ୍ଠିତ କରିବ ।

ତେବେ ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର- ରଙ୍ଗେଇଲୁଣ୍ଡା non scheduled flightର ଶୁଭାରମ୍ଭ ମଧ୍ୟ କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମେ ଆଜି ବିଧାନସଭା ଯାଇ ସେଠାରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+