ପ୍ରଫେସର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମାନରେ ସମ୍ମାନିତ କରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି ଆରମ୍ଭ ହେଲା ଓଡିଆ ଭାଷାର ମହାକୁମ୍ଭ । ଭୁବନେଶ୍ୱର ଜନତା ମଇଦାନରେ ଆରମ୍ଭ ହୋଇଛି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ। ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିରେ ଦେଶ ବିଦେଶର ଓଡ଼ିଆ ଭାଷାବିତ୍ ଯୋଗଦେଉଛନ୍ତି ।ସମ୍ମିଳନୀରେ ଓ ସାରା ରାଜ୍ୟରେ ଏବଂ ଦେଶ ବିଦେଶରେ ଥିବା ସବୁ ଓଡିଆ ଆଜି ଏକ ସମୟରେ ବନ୍ଦେ ଉତ୍କଳ ଜନନୀ ଗାନ କରି ଓଡିଆ ଭାଷାର ଏହି ମହୋତ୍ସବରେ ସାମିଲ ହୋଇଥିଲେ।

World Odia Language Conference

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଶିଷ୍ଟ ଭାଷାବିତ୍‌ ପ୍ରଫେସର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଓଡିଆ ଭାଷାର ବିକାଶ ଉଦ୍ଦେଶ୍ୟରେ ତାଙ୍କର ଜୀବନବ୍ୟାପୀ ସାଧନା ପାଇଁ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମାନରେ ସମ୍ମାନିତ କରିଥିଲେ। ପୁରସ୍କାର ସ୍ବରୂପ ତାଙ୍କୁ ମାନପତ୍ର ଓ ୨୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା। ଏହି ଅବସରରେ ଦୁଇ ଓଡିଆ ଜ୍ଞାନପୀଠ ପୁରସ୍କାର ବିଜେତା ପଦ୍ମବିଭୂଷଣ ଡକ୍ଟର ସୀତାକାନ୍ତ ମହାପାତ୍ର, ପଦ୍ମଭୂଷଣ ଡକ୍ଟର ପ୍ରତିଭା ରାୟ ଏବଂ ପ୍ରଫେସର ଆର୍ଲୋ ଗ୍ରୀଫିଥ ଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଛନ୍ତି ।

ପ୍ରଥମ ଓଡିଆ ଭାଷା ସମ୍ମାନରେ ସମ୍ମାନିତ ହୋଇଥିବା ପ୍ରଫେସର ଦେବୀପ୍ରସନ୍ନ ପଟ୍ଟନାୟକ ତାଙ୍କ ବକ୍ତବ୍ୟରେ କହିଥିଲେ ଯେ ମୁଁ ଦେଶବିଦେଶରେ ବହୁ ଜାଗାରେ ସମ୍ମାନିତ ହୋଇଛି । କିନ୍ତୁ ଆଜିକାର ସମ୍ମାନ ମୋ ଜୀବନର ସବୁଠାରୁ ବଡ ସମ୍ମାନ । ଏ ସମ୍ମାନ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ସମ୍ମାନ ବୋଲି ସେ ପ୍ରକାଶ କରି ଧନ୍ୟବାଦ ଜଣାଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+