କୋରାପୁଟରେ ୧୬୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

କୋରାପୁଟ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିଛନ୍ତି । ବିକ୍ରମ ଦେବ କଲେଜର ୭୫ ବର୍ଷ ଅବସରରେ ଯୋଗଦେବା ସହ ମୁଖ୍ୟମନ୍ତ୍ରୀ ଜିଲ୍ଲାବାସୀଙ୍କୁ ବିଭିନ୍ନ ପ୍ରକଳ୍ପ ଭେଟି ଦେଇଛନ୍ତି ।

ଜୟପୁର: କୋରାପୁଟ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିଛନ୍ତି । ବିକ୍ରମ ଦେବ କଲେଜର ୭୫ ବର୍ଷ ଅବସରରେ ଯୋଗଦେବା ସହ ମୁଖ୍ୟମନ୍ତ୍ରୀ ଜିଲ୍ଲାବାସୀଙ୍କୁ ବିଭିନ୍ନ ପ୍ରକଳ୍ପ ଭେଟି ଦେଇଛନ୍ତି ।

cm naveen patnaik

କୋରାପୁଟ ପାଇଁ ୧୫୯୬ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିରେ ୨୦୭.୮୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ ୧୩୭୮.୪୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଛି । ସେତୁ, ସଡକ, ପାନୀୟ ଜଳ, ଜଳସେଚନ, ବିଦ୍ୟୁତୀକରଣ ଓ ପର୍ଯ୍ୟଟନ ଆଦି ପ୍ରକଳ୍ପ କାମ କରାଯାଇଛି ।

କୋରାପୁଟ ତାଙ୍କ ପାଇ ସବୁବେଳେ ସ୍ବତନ୍ତ୍ର ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭିତ୍ତିଭୂମିର ବିକାଶ ଜରିଆରେ କୋରାପୁଟର ବିକାଶ ପାଇଁ କାମ କରାଯାଉଛି। ଭିତ୍ତିଭୂମିର ଗୁରୁତ୍ବ ସଂପର୍କରେ ଉଦାହରଣମ ଦେଇ ସେ କହିଲେ ଯେ ଗୋଟିଏ ଗୁରୁପ୍ରିୟା ସେତୁ ଆଜି ସ୍ବାଭିମାନ ଅଞ୍ଚଳରେ ବିକାଶର ନୂଆ ଧାରା ଆଣିପାରିଛି ।

ସେହିଭଳି ୧୨୩୫ ଏସଏଚଜି ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ୫୦ କୋଟି ଟଙ୍କାର ଋଣ ସହାୟତା ପ୍ରଦାନ କରାଯାଇଛି । ମୋଟ ୧୨,୫୦୦ ମହିଳାଙ୍କୁ ଏହି ଋଣ ଟଙ୍କା ମିଳିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମା ମାନେ ଭଲ କାମ କରି ସାରା ରାଜ୍ୟ ପାଇଁ ସୁନାମ ଆଣିଛନ୍ତି । ସ୍ବାଧୀନତାର ୭୫ ବର୍ଷ ଅବସରରେ ଜାତୀୟ ପତାକା ପ୍ରସ୍ତୁତ କରି ସେମାନେ ନିଜର ଦକ୍ଷତା ଦେଖାଇଛନ୍ତି ଏବଂ ସେମାନଙ୍କ ଉପରେ ଥିବା ଆମର ବିଶ୍ବାସକୁ ଆହୁରି ମଜବୁତ କରିଛନ୍ତି । ମା ମାନଙ୍କୁ ଉଦ୍ୟୋଗୀ ଭାବରେ ଦେଖିବାକୁ ଚାହେଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସବୁ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କୁ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପାନୁଷ୍ଠାନରେ ପରିଣତ କରିବା ପାଇଁ କାମ ଆରମ୍ଭ ହୋଇଛି ଏବଂ ଏଥିପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଦିଆଯାଉଛି । ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଟଙ୍କା ଋଣ ଦିଆଯିବ ବୋଲି ସେ କହିଥିଲେ । ମା ମାନଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+