ଭୁବନେଶ୍ୱରରେ IBMର କାର୍ଯ୍ୟାଳୟ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଆଜି (ରବିବାର) ରାଜଧାନୀ ଭୁବନେଶ୍ୱରର ଚନ୍ଦକ ଶିଳ୍ପାଞ୍ଚଳରେ ଆଇବିଏମର ଭୁବନେଶ୍ୱର କାର୍ଯ୍ୟାଳୟକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଦେଶର ପୂର୍ବ ଭାଗରେ ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ଆଇବିଏମର ଏହ ପ୍ରଥମ ଶାଖା କାର୍ଯ୍ୟାଳୟ ।

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ଜନସେବାରେ ୨୫ ବର୍ଷ ଉତ୍ସର୍ଗ କରିଥିବା ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଜନ୍ମଦିନ ମଧ୍ୟ ଅନ୍ୟଦିନ ପରି ଏକ ସାଧାରଣ ଦିନ । ସବୁଦିନ ପରି ଆଜି ବି ଏକ କର୍ମମୟ ଦିନ ।

IBM office

ଆଜି (ରବିବାର ) ରାଜଧାନୀ ଭୁବନେଶ୍ୱରର ଚନ୍ଦକ ଶିଳ୍ପାଞ୍ଚଳରେ ଆଇବିଏମର ଭୁବନେଶ୍ୱର କାର୍ଯ୍ୟାଳୟକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଦେଶର ପୂର୍ବ ଭାଗରେ ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ଆଇବିଏମର ଏହ ପ୍ରଥମ ଶାଖା କାର୍ଯ୍ୟାଳୟ । କାର୍ଯ୍ୟାଳୟ ଉଦଘାଟନ ସମୟରେ ଆଇଟି ମନ୍ତ୍ରୀ ତୁଷାରକାନ୍ତି ବେହେରା ଓ ଆଇଟି ସଚିବ ମଧ୍ୟ ଉପସ୍ଥିତ ଥିଲେ ।

ସେପଟେ ମୁଖ୍ୟମନ୍ତ୍ରୀ ଆଜି ହାଇଦ୍ରାବାଦ ଗସ୍ତରେ ଯାଉଛନ୍ତି । ଆସନ୍ତାକାଲି ହେବାକୁ ଥିବା ଓଡ଼ିଶା ଇନଭେଷ୍ଟର୍ସ ମିଟରେ ଯୋଗ ଦେବେ । ତେଣୁ ଜନ୍ମଦିନର ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ଓଡ଼ିଶାବାସୀଙ୍କ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ପାଇଁ ସେ ସର୍ବଦା ଋଣୀ ରହିବେ ବୋଲି କହିଛନ୍ତି ।

କହିରଖୁ କି, ମେକ୍ ଇନ୍ ଓଡ଼ିଶା ଉପକ୍ରମ କ୍ରମରେ ଆଇବିଏମ୍ ଓଡ଼ିଶା ଆସିଛି । ସେପ୍ଟେମ୍ବର ମାସରେ ଆଇବିଏମ୍ ଓଡ଼ିଶାରେ ତା'ର କାର୍ଯ୍ୟାଳୟ ଖୋଲିବା ପାଇଁ ଘୋଷଣା କରିଥିଲା । ଘୋଷଣାର ମାତ୍ର ମାସକ ପରେ ଓଡ଼ିଶାରେ ଆଇବିଏମ୍ ତା'ର କାର୍ଯ୍ୟାଳୟ ଖୋଲିଛି । ଓଡ଼ିଶା ସରକାରଙ୍କ ଶିଳ୍ପନୀତିକୁ ଏଥିପାଇଁ ପ୍ରଶଂସା କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+